ପ୍ଲାଷ୍ଟିକ୍‌ମୁକ୍ତ ଭାରତ ସ୍ଲୋଗାନ ପ୍ରହସନ

ପଟ୍ଟାମୁଣ୍ଡାଇ,୮ା୧୦(ସ୍ବ.ପ୍ର.): ଦେଶକୁ ଆବର୍ଜନାମୁକ୍ତ କରିବାକୁ କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରିଥିଲେ। ପରିବେଶକୁ ଦୂଷିତ କରୁଥିବା ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଓ ପଲିଥିନମୁକ୍ତ କରିବା ପାଇଁ ସରକାର ଆଇନ ପ୍ରଣୟନ କରିବା ସହ ଜନସଚେତନତା ସୃଷ୍ଟି କରୁଛନ୍ତି। ରାଜ୍ୟ ସରକାର ମଧ୍ୟ ଗାନ୍ଧୀ ଜୟନ୍ତୀଠାରୁ ଏହି ନିୟମକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଥିପାଇଁ ଜନସଚେତନତା ସୃଷ୍ଟି କରାଯିବାକୁ ବ୍ୟାପକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ କରାଇଛନ୍ତି। ସରକାରଙ୍କ ବିଭିନ୍ନ ଏଜେନ୍ସି ଓ ସଂସ୍ଥା ମଧ୍ୟ ଏଥିପାଇଁ ସଜାଗ ହେବା ସହ ଜାଗତିଆର ରହିଛନ୍ତି ବୋଲି କୁହାଯାଉଛି। କିନ୍ତୁ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଅବସ୍ଥା ଦେଖିଲେ ଏହି ଆଇନ ଏଠାରେ ଫେଲ୍‌ ମାରିଥିବା ସ୍ପଷ୍ଟ ପ୍ରତୀୟମାନ ହେଉଛି। ସହରସାରା କୁଢ଼ କୁଢ଼ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଓ ପଲିଥିନ ଜମାହୋଇ ରହିଥିବା ଦେଖିବାକୁ ମିଳୁଛି। ନିକଟରେ ସହରରେ ଶାରଦୀୟ ଦୁର୍ଗାପୂଜା ପାଳନ ହେବା ପରେ ଏହି ଅବସ୍ଥା ଅଧିକ ସଙ୍ଗିନ ହୋଇପଡ଼ିଛି। ସହରର ବିଭିନ୍ନ ଗଳିକନ୍ଦି, ରାସ୍ତାପାର୍ଶ୍ୱରେ ଖୋଲିଥିବା ଦୋକାନ ବଜାରଗୁଡିକରେ ବ୍ୟାପକ ଭାବେ ପ୍ଲାଷ୍ଟିକ, ପଲିଥିନ ବ୍ୟବହାର କରାଯାଇ ନଷ୍ଟ କରାଯାଇ ନ ଥିବାରୁ ଏସବୁ ଜମାହୋଇ ରହିିଛି।
ପଟ୍ଟାମୁଣ୍ଡାଇ ସହରର ମୁଖ୍ୟରାସ୍ତା ରାଧାରମଣ ମଠପାର୍ଶ୍ୱ, ବାଇପାସ୍‌ ପୋଲପାଖ, ତହସିଲ ଅଫିସ ସମ୍ମୁଖ, ଡେଲି ମାର୍କେଟ, ପଟ୍ଟାମୁଣ୍ଡାଇ କୋର୍ଟ ପାର୍ଶ୍ୱ, ବ୍ଲକ କଲୋନୀ, ପଟ୍ଟାମୁଣ୍ଡାଇ ବାଇପାସ୍‌ଠାରୁ ପଟ୍ଟାମୁଣ୍ଡାଇ କେନାଲ ପୋଲ ପର୍ଯ୍ୟନ୍ତ ମୁଖ୍ୟ କେନାଲର ଉଭୟ ପାର୍ଶ୍ୱ, ଯଜ୍ଞ ପଡ଼ିଆ ଆଦି ବହୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ କୁଢ଼ କୁଢ଼ ପ୍ଲାଷ୍ଟିକ ଓ ପଲିଥିନ ପଡିଛି। ସରକାରଙ୍କ ବିଭିନ୍ନ ଯୋଜନା ଫେଲ୍‌ ମାରିଛି। ବିଭିନ୍ନ ଦୋକାନ, ବଜାର ଓ ବ୍ୟବସାୟ ପ୍ରତିଷ୍ଠାନରେ ଏବେ ମଧ୍ୟ ପ୍ଲାଷ୍ଟିକ୍‌ ଓ ପଲିଥିନର ବହୁଳ ବ୍ୟବହାର ଚାଲିଥିବା ଦେଖିବାକୁ ମିଳୁଛି। ପଟ୍ଟାମୁଣ୍ଡାଇରେ ସମସ୍ତ ଆଇନକାନୁନ ଓ ନୀତିକୁ ପ୍ରଶାସନିକ ଅଧିକାରୀମାନେ ଫୁ କରି ଉଡ଼ାଇ ଦେଉଛନ୍ତି। ଏହାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ବାବଦରେ ପୌର ନିର୍ବାହୀ ଅଧିକାରୀ ସମ୍ପଦ ସ୍ବାଇଁଙ୍କୁ ପଚାରିବାରୁ ଗୁରୁବାର ଦଶହରା ଭସାଣି ଶେଷ ହୋଇଛି। ଆସନ୍ତା ଦୁଇଦିନ ଭିତରେ ସବୁ ସଫା ହୋଇଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri