ପ୍ଲାଷ୍ଟିକ୍‌ମୁକ୍ତ ଭାରତ ସ୍ଲୋଗାନ ପ୍ରହସନ

ପଟ୍ଟାମୁଣ୍ଡାଇ,୮ା୧୦(ସ୍ବ.ପ୍ର.): ଦେଶକୁ ଆବର୍ଜନାମୁକ୍ତ କରିବାକୁ କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରିଥିଲେ। ପରିବେଶକୁ ଦୂଷିତ କରୁଥିବା ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଓ ପଲିଥିନମୁକ୍ତ କରିବା ପାଇଁ ସରକାର ଆଇନ ପ୍ରଣୟନ କରିବା ସହ ଜନସଚେତନତା ସୃଷ୍ଟି କରୁଛନ୍ତି। ରାଜ୍ୟ ସରକାର ମଧ୍ୟ ଗାନ୍ଧୀ ଜୟନ୍ତୀଠାରୁ ଏହି ନିୟମକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଥିପାଇଁ ଜନସଚେତନତା ସୃଷ୍ଟି କରାଯିବାକୁ ବ୍ୟାପକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ କରାଇଛନ୍ତି। ସରକାରଙ୍କ ବିଭିନ୍ନ ଏଜେନ୍ସି ଓ ସଂସ୍ଥା ମଧ୍ୟ ଏଥିପାଇଁ ସଜାଗ ହେବା ସହ ଜାଗତିଆର ରହିଛନ୍ତି ବୋଲି କୁହାଯାଉଛି। କିନ୍ତୁ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଅବସ୍ଥା ଦେଖିଲେ ଏହି ଆଇନ ଏଠାରେ ଫେଲ୍‌ ମାରିଥିବା ସ୍ପଷ୍ଟ ପ୍ରତୀୟମାନ ହେଉଛି। ସହରସାରା କୁଢ଼ କୁଢ଼ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଓ ପଲିଥିନ ଜମାହୋଇ ରହିଥିବା ଦେଖିବାକୁ ମିଳୁଛି। ନିକଟରେ ସହରରେ ଶାରଦୀୟ ଦୁର୍ଗାପୂଜା ପାଳନ ହେବା ପରେ ଏହି ଅବସ୍ଥା ଅଧିକ ସଙ୍ଗିନ ହୋଇପଡ଼ିଛି। ସହରର ବିଭିନ୍ନ ଗଳିକନ୍ଦି, ରାସ୍ତାପାର୍ଶ୍ୱରେ ଖୋଲିଥିବା ଦୋକାନ ବଜାରଗୁଡିକରେ ବ୍ୟାପକ ଭାବେ ପ୍ଲାଷ୍ଟିକ, ପଲିଥିନ ବ୍ୟବହାର କରାଯାଇ ନଷ୍ଟ କରାଯାଇ ନ ଥିବାରୁ ଏସବୁ ଜମାହୋଇ ରହିିଛି।
ପଟ୍ଟାମୁଣ୍ଡାଇ ସହରର ମୁଖ୍ୟରାସ୍ତା ରାଧାରମଣ ମଠପାର୍ଶ୍ୱ, ବାଇପାସ୍‌ ପୋଲପାଖ, ତହସିଲ ଅଫିସ ସମ୍ମୁଖ, ଡେଲି ମାର୍କେଟ, ପଟ୍ଟାମୁଣ୍ଡାଇ କୋର୍ଟ ପାର୍ଶ୍ୱ, ବ୍ଲକ କଲୋନୀ, ପଟ୍ଟାମୁଣ୍ଡାଇ ବାଇପାସ୍‌ଠାରୁ ପଟ୍ଟାମୁଣ୍ଡାଇ କେନାଲ ପୋଲ ପର୍ଯ୍ୟନ୍ତ ମୁଖ୍ୟ କେନାଲର ଉଭୟ ପାର୍ଶ୍ୱ, ଯଜ୍ଞ ପଡ଼ିଆ ଆଦି ବହୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ କୁଢ଼ କୁଢ଼ ପ୍ଲାଷ୍ଟିକ ଓ ପଲିଥିନ ପଡିଛି। ସରକାରଙ୍କ ବିଭିନ୍ନ ଯୋଜନା ଫେଲ୍‌ ମାରିଛି। ବିଭିନ୍ନ ଦୋକାନ, ବଜାର ଓ ବ୍ୟବସାୟ ପ୍ରତିଷ୍ଠାନରେ ଏବେ ମଧ୍ୟ ପ୍ଲାଷ୍ଟିକ୍‌ ଓ ପଲିଥିନର ବହୁଳ ବ୍ୟବହାର ଚାଲିଥିବା ଦେଖିବାକୁ ମିଳୁଛି। ପଟ୍ଟାମୁଣ୍ଡାଇରେ ସମସ୍ତ ଆଇନକାନୁନ ଓ ନୀତିକୁ ପ୍ରଶାସନିକ ଅଧିକାରୀମାନେ ଫୁ କରି ଉଡ଼ାଇ ଦେଉଛନ୍ତି। ଏହାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ବାବଦରେ ପୌର ନିର୍ବାହୀ ଅଧିକାରୀ ସମ୍ପଦ ସ୍ବାଇଁଙ୍କୁ ପଚାରିବାରୁ ଗୁରୁବାର ଦଶହରା ଭସାଣି ଶେଷ ହୋଇଛି। ଆସନ୍ତା ଦୁଇଦିନ ଭିତରେ ସବୁ ସଫା ହୋଇଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?