‘ପ୍ଲାଷ୍ଟିକ୍‌ମୁକ୍ତ ପିକ୍‌ନିକ୍‌’ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୩୧।୧୨(ଅସମାପିକା ସାହୁ)ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଓ ପଲିଥିନର ବହୁଳ ବ୍ୟବହାର ସାରା ବିଶ୍ୱ ପାଇଁ ବଡ଼ ବିପଦ ପାଲଟିଛି। ଏହାର ବ୍ୟବହାରକୁ ରୋକିବା ବେଶ୍‌ ଚ୍ୟାଲେଞ୍ଜପୂର୍ଣ୍ଣ ହୋଇଥିବାବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶେଷ ସଚେତନତା କାର୍ଯ୍ୟକ୍ରମ ଭାବେ ଶନିବାରଠାରୁ ‘ପ୍ଲାଷ୍ଟିକ୍‌ମୁକ୍ତ ପିକ୍‌ନିକ’ ଆରମ୍ଭ ହୋଇଛି। ଏହା ଅଧୀନରେ ରାଜ୍ୟର ପ୍ରମୁଖ ପିକନିକ ସ୍ଥାନଗୁଡ଼ିକୁ ପ୍ଲାଷ୍ଟିକମୁକ୍ତ କରିବା ଲାଗି ଛାତ୍ରୀଛାତ୍ର, ଯୁବଗୋଷ୍ଠୀ ଓ ସାଧାରଣ ଲୋକଙ୍କ ଭିତରେ ସଚେତନତା ସୃଷ୍ଟି କରାଯାଉଛି। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଅଭିନେତା ସବ୍ୟସାଚୀ ମିଶ୍ର ସାମିଲ ହୋଇ ପିକ୍‌ନିକ୍‌ ବେଳେ ପ୍ଲାଷ୍ଟିକ ଜିନିଷ ବର୍ଜନ କରିବାକୁ ଜନସାଧାରଣଙ୍କୁ ଅପିଲ କରିଛନ୍ତି। ଏ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି, ପିକ୍‌ନିକ୍‌ ବେଳେ ପୁନଃବ୍ୟବହାରଯୋଗ୍ୟ ସାମଗ୍ରୀ ବ୍ୟବହାର କରିବା ସହ ପରିବେଶକୁ କିପରି ସଫାସୁତରା ରଖିବା ସେଥିପ୍ରତି ଧ୍ୟାନ ଦେବାକୁ ପଡ଼ିବ। ଭବିଷ୍ୟତ ପିଢ଼ିଙ୍କ ନିମନ୍ତେ ସୁସ୍ଥ ବାତାବରଣ ସୃଷ୍ଟି କରିବାକୁ ସମସ୍ତେ ଆଗେଇ ଆସିବା ପାଇଁ ସେ ଆହ୍ବାନ କରିଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବ କେ. ମୁରୁଗେଶନ କହିଛନ୍ତି, ପ୍ଲାଷ୍ଟିକ ଏବଂ ପଲିଥିନ୍‌ ଭଳି ପ୍ରଦୂଷଣକାରୀ ଜିନିଷ ଆମ ପରିବେଶ ପାଇଁ କ୍ଷତିକାରକ। ତେଣୁ ପ୍ରାକୃତିକ ସ୍ଥାନରେ ପିକନିକ କରିବା ବେଳେ ଏଭଳି ସାମଗ୍ରୀ ବ୍ୟବହାର କରିବା ନାହିଁ। ଏହି ପ୍ରଦୂଷଣକାରୀ ଜିନିଷ ମଣିଷ ସମାଜକୁ ବିପଦରେ ପକାଇବା ସହିତ ଅନ୍ୟ ଜୀବଜନ୍ତୁଙ୍କୁ ମଧ୍ୟ ପ୍ରଭାବିତ କରିଥାଏ। ପ୍ଲାଷ୍ଟିକ୍‌ମୁକ୍ତ ପିକନିକ ଅଭିଯାନରେ ସାମିଲ ହୋଇ ପରିବେଶକୁ ସୁରକ୍ଷିତ ରଖିବାକୁ ସେ ଆହ୍ବାନ ଦେଇଛନ୍ତି। ‘ୟୁଥ ଫର୍‌ ୱାଟର’ ଅଭିଯାନର ପ୍ରତିଷ୍ଠାତା ତଥା ଓଡ଼ିଶାର ଜଳମାନବ ଭାବେ ପରିଚିତ ରଞ୍ଜନ ପଣ୍ଡା କହିଛନ୍ତି, ପ୍ରକୃତି ଓ ପରିବେଶକୁ ସୁରକ୍ଷିତ ରଖିବା ଆମ ସମସ୍ତଙ୍କର ଦାୟିତ୍ୱ। ଏଥିପାଇଁ ଯୁବପିଢ଼ି ସକଳ୍ପବଦ୍ଧ ହେବା ଦରକାର। ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହରାଞ୍ଚଳରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ଓ ୧୨୦ ମାଇକ୍ରନରୁ କମ୍‌ ପତଳା ପଲିଥିନ ବ୍ୟାଗ ଆଦି ବ୍ୟବହାରକୁ ନିଷେଧ କରାଯାଇଛି। ଚଳିତବର୍ଷ ୧୭୬ଟି ପ୍ରମୁଖ ପିକ୍‌ନିକ୍‌ ସ୍ଥଳରେ ଏହି କଟକଣାକୁ କଡ଼ାକଡ଼ି ପାଳନ କରାଯିବ। ଏଥିଲାଗି ବ୍ୟାପକ ସଚେତନତା ସୃଷ୍ଟିର ଆବଶ୍ୟକତା ରହିଛି। ତେଣୁ ଏନେଇ ସ୍ଥାନୀୟ ସାମାଜିକ କର୍ମୀ, ଇକୋ କ୍ଲବର ସଦସ୍ୟ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା ଲୋକମାନଙ୍କୁ ସଚେତନ କରୁଛନ୍ତି। ତୃଣମୂଳ ସ୍ତରରେ ଏହାକୁ କାର୍ଯ୍ୟକାରୀ କରିବାରେ ‘ୟୁଥ୍‌ ଫର୍‌ ୱାଟର’ ଅଭିଯାନ ପ୍ରମୁଖ ଭୂମିକା ଗ୍ରହଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri