ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ ଉପରେ ସିଧା ଖରାପ ପ୍ରଭାବ ପକାଉଛି। ଦିନକୁ ଦିନ ଲୋକଙ୍କ ଉପରେ ଏକ ପ୍ରକାର ପ୍ଲାଷ୍ଟିକ ଉପରେ ନିର୍ଭର ବୃଦ୍ଧି ପାଇବାରେ ଲାଗିଛି। ଏଥିରୁ ନିସ୍ତାର ପାଇବା ପାଇଁ ବ୍ୟାପକ ଜନସଚେତନର ଆବଶ୍ୟକତା ଜରୁରୀ। ଏହି ପ୍ରରିପ୍ରେକ୍ଷୀରେ ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ ନେଇ ଏକ କର୍ମଶାଳା ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବାବେଳେ ମୁଖ୍ୟ ଅତିଥି ଭାବେ ଓଡିଶାର ଜଳକର୍ମୀ ରଞ୍ଜନ କୁମାର ପଣ୍ଡା ଯୋଗଦେଇ ଉପସ୍ଥିତ ଯୁବପିଢ଼ିଙ୍କୁ ପ୍ଲାଷ୍ଟିକ ମୁକ୍ତ ପିକନିକ ଚାଲେଞ୍ଜ ସମ୍ପର୍କରେ ଅବଗତ କରାଇଥିଲେ। ପ୍ଲାଷ୍ଟିକ ପରିବେଶକୁ ସମ୍ପୂର୍ଣ୍ଣ ନଷ୍ଟ କରୁଛି ତେଣୁ ଏକକ-ବ୍ୟବହୃତ ପ୍ଲାଷ୍ଟିକ ପରିହାର କରି ଏବଂ ପରିବେଶ-ଅନୁକୂଳ ବିକଳ୍ପ ବ୍ୟବହାର କରି ସ୍ଥାୟୀତ୍ୱ ପ୍ରତି ଦୃଢ଼ ପ୍ରତିବଦ୍ଧତା ପ୍ରଦର୍ଶନ ଏବଂ ପ୍ଲାଷ୍ଟିକ ମୁକ୍ତ ପିକନିକ ଚ୍ୟାଲେଞ୍ଜ ପାଇଁ ନିଷ୍ପତି ଗ୍ରହଣ ସହ ଶପଥ ନେଇଥିଲେ ଏବଂ ପ୍ଲାଷ୍ଟିକ ବଦଳରେ ଶାଳପତ୍ରକୁ ବ୍ୟାପକ ବ୍ୟବହାର କରିବା ପାଇଁ ସଚେତନ କରାଯିବା ପାଇଁ ନିଷ୍ପତି ନିଆଯାଇଛି। ଏଥିସହ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଥିଲା।
ସେହିପରି ଏହି କର୍ମଶାଳାରେ ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ ସମୟରେ ଦାରିଙ୍ଗବାଡିର ବହୁ ଯୁବପିଢ଼ି ଅଂଶଗ୍ରହଣକାରୀମାନେ ଏହି କାର୍ଯ୍ୟକ୍ରମ ଦଳଗତ କାର୍ଯ୍ୟ, ସୃଜନଶୀଳତା ଏବଂ ପରିବେଶଗତ ପରିଚାଳନାକୁ ଉତ୍ସାହିତ କରିଥିଲା, ଅନ୍ୟମାନଙ୍କୁ ଦୈନନ୍ଦିନ ଜୀବନରେ ପ୍ଲାଷ୍ଟିକ-ମୁକ୍ତ ଅଭ୍ୟାସ ଗ୍ରହଣ କରିବାକୁ ପ୍ରେରଣା ଦେଇଥିଲା ବୋଲି କହିଛନ୍ତି। ସେହିପରି ଅଞ୍ଚଳରେ ଅନେକ ଯୁବପିଢ଼ି ନିଜର କାମଧନ୍ଦା ପାଇଁ ରାଜ୍ୟ ବାହାରକୁ ଚାଲିଯାଉଛନ୍ତି। ସେଠାରେ ବିଭିନ୍ନ କାମଧନ୍ଦା ପାଇଁ ଧାର୍ଯ୍ୟ ସମୟଠାରୁ ଓଭର ସମୟ କାର୍ଯ୍ୟକାରୀ ସେମାନଙ୍କ ଜୀବନ ଚାଲିଯିବା ସହ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ସେଥିରୁ କିଭଳି ନିବୃତ ରହି ନିଜକୁ ସୁରକ୍ଷିତ ରଖିବେ ଓ ବିଭିନ୍ନ ସମୟରେ ନିଜ ଉପାର୍ଜିତ ଧନ ସାଇବର ଠକଙ୍କ ଦ୍ୱାରା ନଷ୍ଟ ହେଉଥିବା ଓ ସେଥିରୁ କିଭଳି ସୁରକ୍ଷିତ ରହିବେ ସେନେଇ ପରାମର୍ଶ ଦିଆଯାଇଥିଲା। କାର୍ଯ୍ୟକ୍ରମକୁ ଜାଗୃତିର ପ୍ରୋଗ୍ରାମ ମ୍ୟାନେଜର ସଦାନନ୍ଦ ସିଂ ପରିଚାଳନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?