ପ୍ଲାଷ୍ଟିକ ମୁକ୍ତ ହେବ ‘ବୁଢ଼ାକେନ୍ଦୁ ମନ୍ଦିର’: ପରିବେଶ ସହଯୋଗୀ ବିକଳ୍ପ…

ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ବୁଢ଼ାକେନ୍ଦୁ ମନ୍ଦିରରେ ଶୁକ୍ରବାର  ‘ପ୍ଲାଷ୍ଟିକ ମୁକ୍ତ ପିକନିକ୍‌ ସ୍ପଟ୍‌’ ଅଭିଯାନ ଅନୁଷ୍ଠିତ ହୋଇଥିଲା। ଉକ୍ତ ଅଞ୍ଚଳରେ ଆଗାମୀ ଦିନରେ କିଭଳି ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ହୋଇପାରିବ ସେନେଇ ଲୋକଙ୍କୁ ସଚେତନତା କରାଯାଇଥିଲା। ଏଥିସହ ସେଠାରେ ୧୦୦ ସ୍ବେଚ୍ଛାସେବୀ ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏସିଏଫ୍‌ ବିବେକ ଦାସ, ବିମଳ ପ୍ରଧାନ, କେନ୍ଦ୍ରୀୟ ରେଞ୍ଜର ପୃଥିବୀରାଜ ପ୍ରଧାନ ଅତିଥି ଭାବେ ଯୋଗଦେଇ ସ୍ବେଚ୍ଛାସେବୀ ମାନଙ୍କୁ ଉତ୍ସାହିତ କରିବା ସହ ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।ଏହି ଅବସରରେ ମନ୍ଦିର ଟ୍ରଷ୍ଟି, ବନ ସୁରକ୍ଷା ସମିତି ସଦସ୍ୟ, ବନ ବିଭାଗର କର୍ମଚାରୀ, କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକମାନେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏଥିସହ ସଂମ୍ପୃକ୍ତ ଅଞ୍ଚଳର ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟକ୍ରମ ହୋଇଥିଲା।  ଏହି ଅଭିଯାନରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ସଂଗ୍ରହ କରି ଯଥାଯଥ ଭାବେ ନଷ୍ଟ କରାଯାଇଥିଲା। ଏଥିସହ ଛାତ୍ରୀଛାତ୍ର ଓ ଗ୍ରାମବାସୀମାନଙ୍କୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବ୍ୟବହାର ବନ୍ଦ କରି ପରିବେଶ ସହଯୋଗୀ ବିକଳ୍ପ ବ୍ୟବହାର କରିବା ପାଇଁ ସଚେତନ କରାଯାଇଥିଲା। ଏହି ପଦକ୍ଷେପ ଦ୍ୱାରା ପରିବେଶ ସୁରକ୍ଷା ସହ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ସ୍ବାସ୍ଥ୍ୟ ଉପରେ ପଡୁଥିବା ଖରାପ ପ୍ରଭାବ ଉପରେ ସାଧାରଣ ଲୋକଙ୍କୁ ସଚେତନ କରାଯାଇଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରିବାରକୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, ବିଧାୟକ…

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ପୂର୍ବତନ ବ୍ଲକ ଅଧକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳଙ୍କ ଗତ ଶୁକ୍ରବାର ଦିନ ଦେହାନ୍ତ ହୋଇଥିଲା ।…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri