ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଓ ସ୍ବଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଠାକୁ ପ୍ରତିଦିନ ନୂଆପଡ଼ା ସମେତ ଅନ୍ୟ ଜିଲା ତଥା ରାଜ୍ୟ ବାହାରୁ ପିକ୍‌ନିକ୍‌ ପାଇଁ ଆସୁଥିବା ପର୍ଯ୍ୟଟକମାନେ ପ୍ଲାଷ୍ଟିକ ଓ ଅଳିଆ ଆବର୍ଜନା ପକାଉଥିବାରୁ ପରିବେଶ ଦୂଷିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଯୁବା କି ଦିହାଡ ପକ୍ଷରୁ ସଫେଇ ଅଭିଯାନ କରାଯାଉଛି। ସଙ୍ଗଠନର କର୍ମକର୍ତ୍ତାଙ୍କ ଏଭଳି କାର୍ଯ୍ୟ ଦେଖି ଦେଖି ସେଠାକୁ ବୁଲିବାକୁ ଆସିଥିବା ଏକ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଶିକ୍ଷକ ସ୍ବତଃପ୍ରବୃତ୍ତ ଭାବେ ସଫେଇରେ ସାମିଲ ହୋଇଥିଲେ। ଏହି ସମୟରେ ଶିକ୍ଷକଙ୍କୁ ସମ୍ମାନ ଜଣାଇ ସଂଗଠନ ପକ୍ଷରୁ ଉପହାର ସ୍ବରୂପ ବିଭିନ୍ନ ଗଛ ଚାରା ପ୍ରଦାନ କରାଯାଇଥିଲା। ଏହି ପର୍ଯ୍ୟଟନ ସ୍ଥଳୀରେ ଜିଲା ପର୍ଯ୍ୟଟନ ବିଭାଗ କିମ୍ବା ଜିଲା ପ୍ରଶାସନ ପକ୍ଷରୁ କୌଣସି ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା ନାହିଁ। ପର୍ଯ୍ୟଟନ ସ୍ଥଳରେ ଡଷ୍ଟବିନ ବ୍ୟବସ୍ଥା ମଧ୍ୟ କରାଯାଇ ନାହିଁ। ଏ ଦିଗରେ ପଦକ୍ଷେପ ନେବାକୁ ସଂଗଠନ ପକ୍ଷରୁ ଦାବି ହୋଇଛି। ଏଥିରେ ସଂଗଠନ ସଭାପତି କୈଳାସ ଚନ୍ଦ୍ରକାର, ସମ୍ପାଦିକା ତଥା ପ୍ରତିଷ୍ଠାତା ଦୀପାଞ୍ଜଳି ସାହୁ, ଉପସଭାପତି ମନୋରଞ୍ଜନ ସୁନାରି, ପବିତ୍ର ମହାନନ୍ଦ, ଭିଗେନ୍ଦ୍ର ତାଣ୍ଡି ପ୍ରମୁଖ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?