‘ପ୍ଲାଷ୍ଟିକ ବ୍ୟବହାର ମାନବ ସମାଜ ପାଇଁ ବିପଦ’

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡର ବିଭିନ୍ନ ସେକସନରେ ଗୁରୁବାର ବିଶ୍ବ ପରିବେଶ ଦିବସ ପାଳନ ସହ ପ୍ଲାଷ୍ଟିକ ବର୍ଜନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏନେଇ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ପ୍ଲାଷ୍ଟିକ ବର୍ଜନ ଉପରେ ଲୋକଙ୍କୁ ସଚେତନ କରାଯାଇଥିଲା। ଏହି ଅବସରରେ ବନ ବିଭାଗ ପକ୍ଷରୁ ସ୍ଥାନୀୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟଠାରୁ ଏକ ବାଇକ୍‌ ରାଲି ବାହାରି ବନବିହାର ପର୍ଯ୍ୟନ୍ତ ଆସିଥିଲା। ପରେ ବନବିହାର ପରିସରରେ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା ।

ଆୟୋଜିତ ସଭାରେ ବକ୍ତାମାନେ ପ୍ଲାଷ୍ଟିକ ମାନବ ସମାଜ ପାଇଁ ବିପଦ ବୋଲି କହିଥିଲେ। ତେଣୁ ପ୍ଲାଷ୍ଟିକ ବ୍ୟବହାରଠାରୁ ଦୂରେଇ ମତବ୍ୟକ୍ତ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ପ୍ଲାଷ୍ଟିକ ବ୍ୟବହାର କମାଇବା ଉପରେ କହିଥିଲେ।

ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି ସଭାରେ ଅଧ୍ୟକ୍ଷତା କରି ଇକୋ ଟୁରିଜିମ ପ୍ରକଳ୍ପ ଗୁଡ଼ିକରେ ପ୍ଲାଷ୍ଟିକ ବ୍ୟବହାର
ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିବା କହିଥିଲେ। ଏହି ଅବସରରେ ଏସିଏଫ ବିବେକ ଦାସ, ରେଞ୍ଜର ବିମ୍ବାଧର ସାହୁ, ସେଣ୍ଟ୍ରାଲ ରେଞ୍ଜର ପୃଥିବୀ ରାଜ ପ୍ରଧାନ, ଅବସରପ୍ରାପ୍ତ ରେଞ୍ଜର ପ୍ରଶାନ୍ତ ସାହୁ, ପରିବେଶବିତ ସୁରେଶ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।

ଅତିଥିମାନେ ବନବିହାର ପରିସରରେ ଚାରା ରୋପଣ କରିବା ସହ ବିଭିନ୍ନ ବନ ସୁରକ୍ଷା ସମିତିକୁ ଚାରା ବଣ୍ଟନ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବନପାଳ ଶରତ ମହାନ୍ତି, ବବୁଲ ସେଠୀ, ଶୁଭସ୍ମିତା ପାତ୍ର ପ୍ରମୁଖ ସହଯୋଗ କରିଥିଲେ।

ସେହିପରି ଭଞ୍ଜନଗର ଓମ୍‌ ଶାନ୍ତି କାର୍ଯ୍ୟାଳୟରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ବ୍ରହ୍ମାକୁମାରୀ ସନ୍ତୋସିନି, ଏସିଏଫ ପ୍ରଦୀପ କୁମାର ବେହେରା, ବିବେକ ଦାସ, ଅଧ୍ୟାପକ ଡ. ରବିନ୍ଦ୍ର କୁମାର ମିଶ୍ର, ପରିବେଶବିତ୍‌ ଶୂଳପାଣି ଶତପଥୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ନିଜ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଚାରା ରୋପଣ ସହ ଲୋକଙ୍କୁ ଚାରା ବଣ୍ଟନ କରାଯାଇଥିଲା । ଏହିପରି ଭଞ୍ଜନଗର ଅବକାରୀ କାର୍ଯ୍ୟାଳୟ ପରିସରରେ ମଧ୍ୟ ଆଜି ଚାରା ରୋପଣ କରାଯାଇଥିଲା।

ଅତିରିକ୍ତ ତହସିଲଦାର ଅବିନାଶ ମହାର ମୁଖ୍ୟଅତିଥି ଭାବେ ଯୋଗଦେଇ ଚାରା ରୋପଣ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଅବକାରୀ ବିଭାଗର କର୍ମଚାରୀ ସହଯୋଗ କରିଥିଲେ। ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟକୁ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri