ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି । କେନ୍ଦୁଝର ଜିଲାର ବାଙ୍ଗୁର କ୍ରୋମାଇଟ୍‌ ଖଣିରୁ ପ୍ଲାଟିନମ୍‌ ଗ୍ରୁପ୍‌ ଏଲିମେଣ୍ଟ ଉତ୍ତୋଳନ କରିବାରେ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଏହାର ପାଇଲଟ ପ୍ଲାଣ୍ଟର ସଫଳ ପରୀକ୍ଷଣ କରିଛି। ଏହା ଦେଶର ପ୍ରଥମ ବୋଲି କୁହାଯାଉଛି। ଏହାଦ୍ୱାରା ରାଜ୍ୟରେ ସ୍ୱଚ୍ଛ ଇନ୍ଧନ, ଇଲେକ୍ଟ୍ରୋନିକ୍ସ ଓ ଆଧୁନିକ ମୋଟର ଗାଡ଼ି ନିର୍ମାଣ ପାଇଁ ମୌଳିକ ଭିତ୍ତିଭୂମି ଯୋଗାଇ ଦେବାରେ ଓଏମ୍‌ସି ପ୍ରମୁଖ ଭୂମିକା ନିର୍ୱାହ କରିବ ବୋଲି ଏହାର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି ।

କେନ୍ଦୁଝର ଜିଲାର ବାଙ୍ଗୁର କ୍ରୋମାଇଟ୍‌ ଖଣିରୁ ପ୍ଲାଟିନମ୍‌ ଗ୍ରୁପ୍‌ ଏଲିମେଣ୍ଟ(ଉପାଦାନ) ଉତ୍ତୋଳନ କରିବାରେ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଏହାର ପାଇଲଟ୍‌ ପ୍ଲାଣ୍ଟର ସଫଳ ପରୀକ୍ଷଣ କରିଛି। ଏହାଦ୍ୱାରା ଓଡ଼ିଶାରେ କ୍ଲିନ୍‌ ଏନର୍ଜି, ଇଲେକ୍ଟ୍ରୋନିକ୍ସ ଓ ଆଧୁନିକ ମୋଟର ଗାଡ଼ି ନିର୍ମାଣ ପାଇଁ ମୌଳିକ ଧାତୁ ଯୋଗାଇଦେବାରେ ଓଏମ୍‌ସି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ୨୦୩୬ ସମୃଦ୍ଧ ଓଡ଼ିଶା ପରିକଳ୍ପନାକୁ ସାକାର କରିବାରେ ଓଏମ୍‌ସିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ। ବର୍ତ୍ତମାନ ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତଗତିରେ ବୃଦ୍ଧି ପାଇ ଚାଲିଥିଲେ ହେଁ ପ୍ଲାଟିନମ୍‌ର ଚାହିଦା ଆହୁରି ବୃଦ୍ଧି ପାଇଛି। ଓଡ଼ିଶାରେ ଏହି ପାଇଲଟ୍‌ ପ୍ଲାଣ୍ଟ ପ୍ରତିଷ୍ଠା ହେବା ଦ୍ୱାରା ପ୍ଲାଟିନମ୍‌ ସହିତ ଏ ଶ୍ରେଣୀୟ ଧାତୁ ଗୋଷ୍ଠୀ ଅନ୍ତର୍ଗତ ପାଲାଡିୟମ୍‌,ରୋଡିୟମ୍‌,ରୁଥେନିୟମ୍‌, ଇରିଡିୟମ୍‌ ଏବଂ ଓସ୍‌ମିୟମ୍‌ ଭଳି ଅତ୍ୟନ୍ତ ମୂଲ୍ୟବାନ ଧାତୁ ମଧ୍ୟ ଉତ୍ପାଦନ ହୋଇପାରିବ। ପ୍ରମୁଖ ଶିଳ୍ପ କ୍ଷେତ୍ରରେ ଏହିସବୁ ଧାତୁର ଉପଯୋଗ ଚାହିଦା ଯଥେଷ୍ଟ ରହିଥିବାରୁ ଓଡ଼ିଶା ଜାତୀୟ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇବ। ଓଏମ୍‌ସିର ଏହି ପ୍ରକଳ୍ପ ଦେଶର ପ୍ରଥମ ପଦକ୍ଷେପ ହେବ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଖଣି ନିଗମ ଏହି ବର୍ଦ୍ଧିତ ଚାହିଦାକୁ ନିରନ୍ତର ଭାବେ ପୂରଣ କରିବା ସହ ରାଜ୍ୟର ଶିଳ୍ପାୟନ ଓ ଅର୍ଥନୈତିକ ବିକାଶ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ଲୋକସେବା ଭବନରେ ଶନିବାର ଆୟୋଜିତ ଓଡ଼ିଶା ଖଣି ନିଗମର ୭୧ତମ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ୬୦ ଦଶକରେ ମାତ୍ର ୧ କୋଟି ଟଙ୍କାର ଆର୍ଥିକ କାରବାରରୁ ଯାତ୍ରା ଆରମ୍ଭ କରିଥିବା ଓଏମ୍‌ସି ୨୦୨୫-୨୬ ଆର୍ଥିକ ବର୍ଷରେ ୨୫ ହଜାର କୋଟି ଟଙ୍କାର କାରବାର କରିଛି। ଏହାସହ ୪୫ ନିୟୁତ ଟନ୍‌ ଖଣିଜ ଉତ୍ତୋଳନ ଜରିଆରେ ସର୍ୱକାଳୀନ ରେକର୍ଡ ସୃଷ୍ଟିକରି ଦେଶର ଏକ ଅଗ୍ରଣୀ ଖଣି ସଂସ୍ଥା ଭାବେ ପ୍ରତିଷ୍ଠା ହାସଲ କରିଛି। ଏବେ ସମୟ ଆସିଛି, ଓଡ଼ିଶା ଖଣି ନିଗମ ତା’ର କାର୍ଯ୍ୟ ପରିସରକୁ ଅଧିକ ବ୍ୟାପକ କରି ଦେଶର ଅନ୍ୟାନ୍ୟ ରାଜ୍ୟରେ ଯେପରି ଖଣିଭିତ୍ତିକ କାର୍ଯ୍ୟକଳାପ ଆରମ୍ଭ କରିବ। ଓଡ଼ିଶା ଖଣି ନିଗମ ପାଖରେ ଆହୁରି ମଧ୍ୟ କଞ୍ଚାମାଲ ଉପଲବ୍ଧ ଅଛି। ଖଣିଭିତ୍ତିକ କାର୍ଯ୍ୟକଳାପ ସହ ଶିଳ୍ପାୟନ ପ୍ରତି ଦୃଷ୍ଟିଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ସେ ଆହୁରି କହିଛନ୍ତି, ଦୀର୍ଘ ୭ ଦଶନ୍ଧିରୁ ଅଧିକ ସମୟ ଧରି ଓଏମ୍‌ସି କେବଳ ଏକ ବ୍ୟବସାୟିକ ସଂସ୍ଥା ଭାବେ ନୁହେଁ ବରଂ ଓଡ଼ିଶାର ଅର୍ଥନୈତିକ ବିକାଶର ଏକ ପ୍ରମୁଖ ସ୍ତମ୍ଭ ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛି। ନିଗମ ତା’ର ଲାଭାଂଶର ଏକ ସିଂହଭାଗ ରାଜ୍ୟ ସରକାରଙ୍କୁ ନିୟମିତ ପ୍ରଦାନ କରିଆସୁଛି। ରାଜ୍ୟରେ ମୂଲ୍ୟବାନ୍‌ ଖଣିଜ ସମ୍ପଦକୁ ଦାୟିତ୍ୱପୂର୍ଣ୍ଣ ଭାବେ ବ୍ୟବହାରକରି ଓଏମ୍‌ସି ବର୍ତ୍ତମାନ ରାଜ୍ୟ ଓ ଦେଶର ସମୃଦ୍ଧିରେ ଅତୁଳନୀୟ ଅବଦାନ ରଖୁଛି। ପରିବେଶ ସୁରକ୍ଷା, ସୁରକ୍ଷିତ ଖଣି ପରିଚାଳନା ଏବଂ ଖଣି ଅଞ୍ଚଳର ସାମଗ୍ରିକ ବିକାଶ ଦିଗରେ ଓଏମ୍‌ସି ନିରନ୍ତର ଉଦ୍ୟମ ଜାରି ରଖିଛି। ସିଏସ୍‌ଆର୍‌ ପଦକ୍ଷେପ ମାଧ୍ୟମରେ ଖଣି ଅଞ୍ଚଳଗୁଡିକରେ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, ମହିଳା ସଶକ୍ତୀକରଣ, କ୍ରୀଡ଼ା, ଭିତ୍ତିଭୂମି ବିକାଶ ଦିଗରେ ଅନେକ କାର୍ଯ୍ୟକ୍ରମ ଜରିଆରେ ସ୍ଥାନୀୟ ଅଞ୍ଚଳରେ ସକାରାତ୍ମକ ପରିବର୍ତ୍ତନ ଆସିଛି। ମେଶିନ ସହ ସ୍ଥାନୀୟ ବାସିନ୍ଦାଙ୍କୁ ଖଣି କ୍ଷେତ୍ରରେ ଅଧିକ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଗମକୁ ପରାମର୍ଶ ଦେଇଛନ୍ତି। କାଳିଆପାଣିଠାରେ ନବନିର୍ମିତ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ୍‌, ଖଣି ଅଞ୍ଚଳବାସୀଙ୍କ ପାଇଁ ୮ଟି ଅତ୍ୟାଧୁନିକ ବେସିକ୍‌ ଲାଇଫ୍‌ ସପୋର୍ଟ ଆମ୍ୱୁଲାନ୍ସ, ସମନ୍ୱିତ ପରିଚାଳନା ଓ ଅନୁଧ୍ୟାନ କେନ୍ଦ୍ର ଏବଂ ଓ-ସ୍ୱାସ୍ଥ୍ୟ ନାମକ ଏକ ଡିଜିଟାଲ ସ୍ୱାସ୍ଥ୍ୟ ପରିଚାଳନା ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହାସହ ଶ୍ରେଷ୍ଠ ପ୍ରଦର୍ଶନକାରୀ ଖଣି ଓ ରିଜିଅନକୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଡି.କେ. ସିଂ ଓଡ଼ିଶାରେ ଶିଳ୍ପକ୍ଷେତ୍ରରେ ଅଭିବୃଦ୍ଧି ଦିଗରେ ଓଏମ୍‌ସିର ଅତୁଳନୀୟ ଯୋଗଦାନ ରହିଥିବା କହିଛନ୍ତି। ଏହି ଅବସରରେ ଓଏମ୍‌ସି ଅଧ୍ୟକ୍ଷ ଗିରୀଶ ଏସ୍‌ଏନ୍‌ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିବା ବେଳେ ପରିଚାଳନା ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?