ବ୍ରହ୍ମପୁର ଅଫିସ,୫।୨: ବ୍ରହ୍ମପୁର ସାନବଜାରସ୍ଥିତ ଏକ ଜୁଏଲେରୀରୁ ୩୩ ଲକ୍ଷ ୩୮ ହଜାର ଟଙ୍କାର ସୁନା ଗହଣା ଗାଏବ ହୋଇ ଥିବା ନେଇ ବଡବଜାର ଥାନାରେ ଶୋ’ରୁମର ମ୍ୟାନେଜର ମନମୋହନ ବାରିକ ଶନିବାର ଅଭିଯୋଗ କରିଛନ୍ତି। ପୋଲିସ ନଂ. ୩୨/୨୩ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଶୋ’ରୁମରେ ଆସିଷ୍ଟାଣ୍ଟ ମ୍ୟାନେଜର ସୀମାଞ୍ଚଳ ପାତ୍ର ଉକ୍ତ ଅଳଙ୍କାର ନେଇ ଅନ୍ୟ ଏକ ବ୍ୟାଙ୍କରେ ବନ୍ଧକ ରଖି ୧୯ ଲକ୍ଷ ଟଙ୍କାର ଋଣ ଉଠାଣ କରିବା ପରେ ସେହି ଟଙ୍କାରେ ଅନ୍ଲାଇନ ଗେମ ଖେଳିଥିବା ତଦନ୍ତରୁ ଜଣାପଡ଼ିଛି।
ଯେ, ଜୁଏଲେରୀରେ ବ୍ରଜନଗରର ୩ୟ ଲାଇନର ସୀମାଞ୍ଚଳ ବହୁ ବର୍ଷ ହେବ ଅସିଷ୍ଟାଣ୍ଟ ମ୍ୟାନେଜର ଭାବେ କାର୍ଯ୍ୟ କରୁଛନ୍ତି। ଗତ କିଛି ଦିନ ତଳେ ସେ କେତେକ ଗ୍ରାହକଙ୍କ ଘରକୁ ଅଳଙ୍କାର ବିକ୍ରି କରିବାକୁ ନେଉଛି କହି ଶୋ’ରୁମରୁ ୫୨୨.୯ ଗ୍ରାମର ଅଳଙ୍କାର ନେଇଥିଲେ। ଯାହାର ଅନୁମକାନିକ ମୂଲ୍ୟ ୩୩ ଲକ୍ଷ ୩୮ ହଜାର ଟଙ୍କା ହେବ। ହେଲେ ସୀମାଞ୍ଚଳ ଏହି ସବୁ ଅଳଙ୍କାର ଧରି ଶୋ’ରୁମରୁ ଗ୍ରାହକଙ୍କୁ ବିକ୍ରି ନ କରି ମଣପୁରମ୍ ଗୋଲ୍ଡ ଲୋନ କାର୍ଯ୍ୟାଳୟରେ ତାକୁ ବନ୍ଧକ ରଖି ୧୯ ଲକ୍ଷ ୭୦ ହଜାର ଋଣ ଉଠାଇ ନେଇଥିଲେ। ଆଉ ସେହି ଟଙ୍କାରେ ସେ ଅନ୍ଲାଇନ ଗେମ ଖେଳିଥିଲେ। କିଛି ଦିନ ପରେ ଷ୍ଟକ ଯାଞ୍ଚ ବେଳେ ଉପରୋକ୍ତ ପରିମାଣର ସୁନା ଅଳଙ୍କାର ନ ଥିଲା। ଆସିଷ୍ଟାଣ୍ଟ ମ୍ୟାନେଜର ସୀମାଞ୍ଚଳ ଗ୍ରାହକଙ୍କୁ ବିକିବାକୁ ନେଇଥିବା ଅଳଙ୍କାର ସେ ବାବଦ ଟଙ୍କା ସୋ’ରୁମରେ ଦାଖଲ କରାଯାଇ ନ ଥିବା ଜଣାପଡ଼ିଥିଲା। ଏ ନେଇ ତାଙ୍କୁ ପଚରାଉଚରା ପରେ ସେ ଠିକ ଉତ୍ତର ଦେଇନଥିଲେ। ଅଧିକ ପଚରାଉଚରା ପରେ ସେ ସୁନା ନେଇ ଋଣ ଉଠାଇଥିବା କହିଥିଲେ। ପରେ ତାଙ୍କ ବିରୋଧରେ ଏତଲା ଦିଆଯାଇଛି ।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ
ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…
ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ
ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….
ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…
ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍ ଖେଳିଲା ଉତ୍ତର କୋରିଆ
ଓ୍ବାଶିଂଟନ୍,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…
କ୍ରିକେଟର୍ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ
କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…
ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍ପି ଭାବେ ନେବେ ଶପଥ
ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…
ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…
ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…
ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….
ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…
Archives

