Posted inଖେଳ

IND vs ENG: ବାରବାଟୀରେ ଲିଭିଗଲା ଲାଇଟ୍‌: ଖେଳ ବାଧାପ୍ରାପ୍ତ

କଟକ,୯।୨: କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଚାଳିଛି ଭାରତ ଓ ଇଂଲଣ୍ଡ ମହାମୁକାବିଲା। ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୪୯.୫ ଓଭରରେ ଇଂଲଣ୍ଡ ସମସ୍ତ ଉଇକେଟ ହରାଇ ୩୦୪ ରନ୍‌ର ବିଶାଳ ସ୍କୋର ଛିଡା କରିଛି। ଫଳରେ ଭାରତ ଆଗରେ ୩୦୫ ରନ୍‌ର ଟାର୍ଗେଟ୍‌ ରଖିଛି ଇଂଲଣ୍ଡ।

ଜବାବରେ ଭାରତୀୟ ଦଳ ବ୍ୟାଟିଂ ଆରମ୍ଭ କରି ୬.୧ ଓଭର ସୁଦ୍ଧା ବିନା କୌଣସି ଉଇକେଟ ହରାଇ ୪୮ରନ୍‌ କରିଛି। ହେଲେ ଫ୍ଲଡ ଲାଇଟ୍‌ ସମସ୍ୟା ଯୋଗୁ ମ୍ୟାଚ୍‌ ଅଧାରୁ ବନ୍ଦ ରହିଛି। ଷ୍ଟାଡିୟମରେ କ୍ଲବ ଟାୱାର ପାଖରେ ଲାଗିଥିବା ଫ୍ଲଡ ଲାଇଟ ମ୍ୟାଚ୍‌ ଚାଳିଥିବା ବେଳେ ବନ୍ଦ ହୋଇଯାଇଥିଲା। ଫଳରେ ଖେଳ ବାଧାପ୍ରାପ୍ତ ହୋଇଛି। ଦୁଇ ଓପ୍ନର ଖେଳି ନ ପାରି ପ୍ୟାଭିଲିଅନ୍‌ ଫେରିଛନ୍ତି। ଏହି ଅଭାବନୀୟ ସ୍ଥିତି ପାଇଁ ଦର୍ଶକଙ୍କୁ ନିରାଶ ହେବାକୁ ପଡିଛି। ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଏପରି ତ୍ରୁଟିକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?