Posted inଖେଳ

ଦ୍ୱିଶତକ ପରେ ବି ମିଳିଲାନି ପ୍ଲେୟାର ଅଫ ଦ ମ୍ୟାଚ: ଜୟସ୍ବାଲ ହତାଶ, ବୁମରା ମାରିନେଲେ ବାଜି…

ବିଶାଖାପଟ୍ଟନମ,୫।୨ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ବର୍ତ୍ତମାନ ୧-୧ ରେ ବରାବର ହୋଇଛି । ପ୍ରଥମ ମ୍ୟାଚ ହାଇଦ୍ରାବାଦରେ ଖେଳାଯାଇଥିଲା ଯାହା ଭ୍ରମଣକାରୀ ଦଳ ଜିତିଥିଲା। ବିଶାଖାପଟ୍ଟନମରେ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚକୁ ୧୦୬ରନରେ ଜିତି ଭାରତ ସମାନ ପଏଣ୍ଟ ହାସଲ କରିଛି। ଏହି ମ୍ୟାଚରେ ଯଶସ୍ବୀ ଜୟସ୍ବାଲ ପ୍ରଥମ ଇନିଂସରେ ଭାରତ ପାଇଁ ଦ୍ୱିଶତକ ହାସଲ କରିଥିଲେ। ଏହି ବିସ୍ଫୋରକ ଇନିଂସ ଯୋଗୁଁ ହିଁ ଭାରତ ବିଜୟର ମୂଳଦୁଆ ପକାଇବାକୁ ସକ୍ଷମ ହୋଇଥିଲା।
ବିଶାଖାପଟ୍ଟନମ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକଙ୍କ ସମେତ ପୁରା ବ୍ୟାଟିଂ ଅର୍ଡର ରନ ସ୍କୋର କରିବାରେ ବିଫଳ ହୋଇଥିଲା। ଜୟସ୍ବାଲ ପ୍ରଥମ ଇନିଂସରେ ଦ୍ୱିଶତକ ହାସଲ କରି ସ୍କୋରକୁ ୩୯୬ରନକୁ ନେଇଥିଲେ। ସେ ୧୯ ଚୌକା ଓ ୭ ଛକା ସହାୟତାରେ ୨୯୦ ବଲରେ ୨୦୯ ରନ ସ୍କୋର କରିଥିଲେ। ଭାରତର କୌଣସି ବ୍ୟାଟ୍ସମ୍ୟାନ ପ୍ରଥମ ଇନିଂସରେ ୩୫ ରନ ମଧ୍ୟ ସ୍କୋର କରି ନ ଥିଲେ।
ତେବେ ଜୟସ୍ବାଲଙ୍କୁ ପ୍ଲେୟାର ଅଫ ଦ ମ୍ୟାଚ ଭାବେ ଚୟନ କରାଯାଇ ନାହିଁ। ମ୍ୟାଚରେ ୯ ୱିକେଟ ନେଇଥିବା ଜଶପ୍ରିତ ବୁମରାଙ୍କୁ ପ୍ଲେୟାର ଅଫ ଦ ମ୍ୟାଚ ଭାବେ ମନୋନୀତ କରାଯାଇଛି। ବୁମରା ଭାରତ ପାଇଁ ୱିକେଟ ନେଇଥିଲେ ଯେଉଁ ସମୟରେ ଦଳ ଏହାକୁ ଅଧିକ ଆବଶ୍ୟକ କରୁଥିଲା। ମ୍ୟାଚ ଟିମ ଇଣ୍ଡିଆ ଆଡକୁ ମୁହାଁଇବା ପାଇଁ ତାଙ୍କୁ ଏହି ପୁରସ୍କାର ପାଇଁ ତାଙ୍କୁ ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri