Posted inଖେଳ

ୟୁକେ ଟୁର୍‌ ପାଇଁ ଖେଳାଳିଙ୍କ ପରିବାରକୁ ଅନୁମତି

ନୂଆଦିଲ୍ଲୀ,୨ା୬ (ପି.ଟି.)-ଭାରତର ଉଭୟ ପୁରୁଷ ଓ ମହିଳା କ୍ରିକେଟ ଟିମ୍‌ର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ ନିଜ ପରିବାରକୁ ନେଇ ଇଂଲଣ୍ଡ ଟୁର୍‌ରେ ଯିବା ଲାଗି ଅନୁମତି ମିଳିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ବରିଷ୍ଠ କର୍ମକର୍ତ୍ତାଙ୍କ ସୂତ୍ରରୁ ମଙ୍ଗଳବାର ଏହା ଜଣାପଡ଼ିଛି। ଆୟୋଜକ ଦେଶର କଠୋର କ୍ୱାରାଣ୍ଟାଇନ୍‌ ନିୟମ ଦୃଷ୍ଟିରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ବିସିସିଆଇର କୌଣସି ଅଫିସିଆଲ ଉପସ୍ଥିତ ରହିପାରିନାହାନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଡବ୍ଲ୍ୟୁଟିସି ଫାଇନାଲ ଜୁନ୍‌ ୧୮ରୁ ୨୨ ପର୍ଯ୍ୟନ୍ତ ସାଉଥାମ୍ପଟନରେ ହେବ। ଏପରିକି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏବଂ ସମ୍ପାଦକ ଜୟ ଶାହାଙ୍କୁ ମଧ୍ୟ ଅନୁମତି ମିଳିବନାହିଁ। ସାଧାରଣତଃ ଟେଷ୍ଟ ମ୍ୟାଚ ପୂର୍ବରୁ ଯଦି କୌଣସି ପ୍ରଶାସକ ଯାଆନ୍ତି ସେ ଖେଳାଳି ହୋଇ ନ ଥିବାରୁ ତାଙ୍କୁ ୧୦ ଦିନ କଠୋର କ୍ୱାରାଣ୍ଟାଇନରେ ରହିବାକୁ ହୋଇଥାଏ। ଟିମ୍‌ ପାଇଁ ରହିଥିବା ନିୟମ ସଭାପତି ଓ ସମ୍ପାଦକଙ୍କ ପାଇଁ ପ୍ରଯୁଜ୍ୟ ନୁହେଁ ବୋଲି ବିସିସିଆଇ ଅଫିସିଆଲ ଜଣକ କହିଛନ୍ତି। ଭାରତୀୟ ପୁରୁଷ ଓ ମହିଳା ଦଳ ଲଣ୍ଡନ ବାଟ ଦେଇ ସାଉଥାମ୍ପଟନ ଯିବ। ମହିଳା ଦଳ ଜୁନ୍‌ ୧୬ରୁ ୧୯ ବ୍ରିଷ୍ଟଲଠାରେ ଏକମାତ୍ର ଟେଷ୍ଟ ମ୍ୟାଚ ଖେଳିବ। ଏହାପୂର୍ବରୁ ସେମାନଙ୍କୁ ପୁରୁଷ ଦଳ ସହ ସାଉଥାମ୍ପଟନସ୍ଥିତ ହୋଟେଲ ହିଲ୍‌ଟନରେ କଠିନ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିବ। କ୍ୱାରାଣ୍ଟାଇନ ପିରିୟଡ ଶେଷ ହେବା ପରେ ମହିଳା ଦଳ ବ୍ରଷ୍ଟେଲ ଗସ୍ତ କରିବ। ଉଭୟ ଭାରତୀୟ ଦଳ ଭାରତରେ (ନିଜ ଘରେ ଓ ହୋଟେଲରେ) ୧୪ ଦିନ କ୍ୱାରାଣ୍ଟାଇନରେ ରହିଛନ୍ତି। ସେମାନଙ୍କର ୬ଥର ଆରଟି-ପିସିଆର୍‌ ନେଗେଟିଭ ଟେଷ୍ଟ ହୋଇଛି। ବୁଧବାର ଏକ ସ୍ବତନ୍ତ୍ର ବିମାନ ଯୋଗେ ସେମାନେ ଲଣ୍ଡନ ଯାତ୍ରା କରିବେ। ସେଠାରେ ସେମାନେ ହୋଟେଲ ରୁମ୍‌ରେ ୩ ଦିନ କଠିନ କ୍ୱାରାଣ୍ଟାଇନ୍‌ରେ ରହିବା ପରେ ଜିମ୍ନାସିୟମ ବ୍ୟବହାର କରିପାରିବେ ଏବଂ ନେଟ୍‌ ଟ୍ରେନିଂ କରିପାରିବେ। ୨୪ଜଣିଆ ପୁରୁଷ ଦଳ ଦୁଇ ଭାଗରେ ବିଭକ୍ତ ହୋଇ ୩ ଦିନିଆ ପ୍ରାକ୍ଟିସ ମ୍ୟାଚ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri