Posted inଖେଳ

ଆଇପିଏଲ ପାଇଁ ବାତିଲ ହୋଇନାହିଁ ମାଞ୍ଚେଷ୍ଟର ଟେଷ୍ଟ

ନୂଆଦିଲ୍ଲୀ,୧୩।୯: ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌ର ୫ମ ତଥା ଅନ୍ତିମ ଟେଷ୍ଟ ବାତିଲ ହେବା ପରେ ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପ୍ରଥମ ଥର ମୁହଁ ଖୋଲିଛନ୍ତି। ଦଳୀୟ କ୍ୟାମ୍ପରେ କୋଭିଡ୍‌ ଦେଖାଦେବା ପରେ ଖେଳାଳିମାନେ ଖେଳିବାକୁ ମନା କରି ଦେଇଥିଲେ। ହେଲେ ଅନେକ ପୂର୍ବତନ କ୍ରିକେଟର ଦାବି କରିଥିଲେ ଯେ, ୟୁଏଇରେ ହେବାକୁ ଥିବା ଆଇପିଏଲର ବଳକା ମ୍ୟାଚ୍‌ ଯୋଗୁ ମାଞ୍ଚେଷ୍ଟର ଟେଷ୍ଟ ବାତିଲ ହୋଇଛି। କିନ୍ତୁ ଫାଇନାଲ ଟେଷ୍ଟ ମ୍ୟାଚ୍‌ ବାତିଲ ହେବା ପଛରେ ଆଇପିଏଲ୍‌ର ଭୂମିକା ନ ଥିବା ସ୍ପଷ୍ଟ କରିଛନ୍ତି ବିସିସିଆଇ ସଭାପତି।

“ଦଳର ଦ୍ୱିତୀୟ ଫିଜିଓ ସଂକ୍ରମିତ ଜଣାପଡ଼ିବା ପରେ ଖେଳାଳିମାନେ କୋଭିଡ୍‌ରୁ ନିଜକୁ ଦୂରେଇ ରଖିବା ପାଇଁ ଖେଳିବାକୁ ମନା କରି ଦେଇଥିଲେ। କିନ୍ତୁ ସେମାନଙ୍କୁ ଦୋଷ ଦିଆଯାଇପାରିବ ନାହିଁ। ଫିଜିଓ ଯୋଗେଶ ପର୍ମାର କିଛି ଖେଳାଳିଙ୍କ ସଂସ୍ପର୍ଶରେ ଥିଲେ। ସେ ଖେଳାଳିଙ୍କ ସହ ମିଶନ୍ତି। ଏପରି କି ଖେଳାଳିଙ୍କ କୋଭିଡ୍‌-୧୯ ଟେଷ୍ଟ କରାଇବା ତାଙ୍କ ଦାୟିତ୍ୱ ଥିଲା। ତାଙ୍କ ଜରିଆରେ କ୍ୱାରେଣ୍ଟିନରେ ଥିବା କୋଚ୍‌ ଖେଳାଳିଙ୍କ ନିକଟକୁ ମେସେଜ ପଠାନ୍ତି। ପର୍ମାର ସଂକ୍ରମିତ ଜଣାପଡ଼ିବା ପରେ ଖେଳାଳିମାନେ ଭୟବିତ ହୋଇପଡ଼ିଥିଲେ” ବୋଲି ଗାଙ୍ଗୁଲି କହିଛନ୍ତି। ଉଲ୍ଲେଖଯୋଗ୍ୟ, ଭାରତ-ଇଂଲଣ୍ଡ ସିରିଜ୍‌ର ୫ମ ତଥା ଅନ୍ତିମ ଟେଷ୍ଟରେ ଟସ୍‌ ପଡ଼ିବାର ଦୁଇ ଘଣ୍ଟା ପୂର୍ବରୁ ଇସିବି ଏହାକୁ ବାତିଲ ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ…

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

ଗୁରୁଣ୍ଡିଆରେ ବାଘ ଆତଙ୍କ: ପାଦ ଚିହ୍ନ ଦେଖିବା ପରେ ଲୋକଙ୍କ ମନରେ କୋକୁଆ ଭୟ

ସୁନ୍ଦରଗଡ,୧୫।୭ (ଦିଲ୍ଲୀପ କୁମାର ଭାରତୀ): ସୁନ୍ଦରଗଡ ଜିଲା ବଣେଇ ବନଖଣ୍ଡ ଅନ୍ତର୍ଗତ ତାମଡା ରେଞ୍ଜ ଅଧୀନସ୍ଥ ଗୁରୁଣ୍ଡିଆ ଠାରେ ବାଘ ଆତଙ୍କ । ଘଟଣାରୁ ପ୍ରକାଶ ଯେ,ଗୁରୁଣ୍ଡିଆ…

୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri