Posted inଖେଳ

କୋହଲିଙ୍କ ସମେତ ଅନ୍ୟ ଖେଳାଳି ରହୁଥିବା ହୋଟେଲରୁ ୩ ଅପରାଧୀ ଗିରଫ

ନୂଆଦିଲ୍ଲୀ,୨୭।୪: ଆଇପିଏଲ ୨୦୨୩ ମଧ୍ୟରେ ଖେଳାଳିଙ୍କ ସୁରକ୍ଷାରେ ତ୍ରୁଟି ହୋଇଥିବା ମାମଲା ସାମ୍ନାକୁ ଆସିଛି। ଏହି ସିଜନ୍‌ରେ ହୋମ ଆଣ୍ଡ ଆୱେ ଫର୍ମାଟରେ ଖେଳାଯାଉଛି, ଯେଉଁ କାରଣରୁ ଦଳମାନେ ସେମାନଙ୍କର ଅଧା ମ୍ୟାଚ ଘରୋଇ ଗ୍ରାଉଣ୍ଡରେ ଏବଂ ଅନ୍ୟ ବାକି ମ୍ୟାଚ ବିପକ୍ଷ ଦଳର ଘରୋଇ ଗ୍ରାଉଣ୍ଡରେ ଖେଳୁଛନ୍ତି। ଏହି କାରଣରୁ ଦଳଗୁଡିକ ପ୍ରତ୍ୟେକ ମ୍ୟାଚ ପାଇଁ ବିଭିନ୍ନ ସହରକୁ ଯିବାକୁ ପଡୁଛି। ଏହି ସମୟରେ ଏଭଳି ମାମଲା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆଇପିଏଲ ଦଳ ଏକ ମ୍ୟାଚ ପାଇଁ ହେଟେଲରେ ରହିଥିଲେ, ସେହି ହୋଟେଲରୁ ୩ ଜଣ କ୍ରିମିନାଲଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ଆଇପିଏଲ ଟିମ ରହୁଥିବା ସେହି ହୋଟେଲରେ ୩ ଜଣ ଅପରାଧୀ ମଧ୍ୟ ରହୁଥିଲେ। ହେଲେ ସତର୍କତା ଅବଲମ୍ବନ କରି ପୋଲିସ ଏହି ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି। ଏପ୍ରିଲ ୨୦ରେ ମୋହିଲାରେ ଆରସିବି ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ପାଇଁ ବିରାଟଙ୍କ ସମେତ ବହୁ ପ୍ରସିଦ୍ଧ ଖେଳାଳି ଆଇଟି ପାର୍କରେ ଅବସ୍ଥିତ ଏକ ହୋଟେଲରେ ରହିଥିଲେ। ଏହି ସମୟରେ ପୋଲିସ ବିଭାଗ ୩ କ୍ରମିନାଲଙ୍କ ସମ୍ପର୍କରେ ସୂଚନା ପାଇ ଚଣ୍ଡିଗଡ଼ର ଆଇଟି ପାର୍କ ପୋଲିସ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତିନି ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri