Posted inଖେଳ

ଆଇପିଏଲରେ ଛକା କିଙ୍ଗ୍‌ କିଏ ଜାଣନ୍ତି

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ ହେବ। ଆଇପିଏଲ୍‌ରେ ସର୍ବାଧିକ ଛକା ମାରିଥିବା ତାଲିକାରେ ଟପ୍‌ରେ କିଏ ଅଛନ୍ତି ଜାଣିଛନ୍ତି କି..
ୱେଷ୍ଟଇଣ୍ଡିଜ୍‌ର କ୍ରିସ ଗେଲ ଛକା ମାରିବା ପାଇଁ ପ୍ରସିଦ୍ଧ। ସେ ଆଇପିଏଲ୍‌ରେ ଛକା ତାଲିକାର ଶୀର୍ଷରେ ଅଛନ୍ତି। ଏପର୍ଯ୍ୟନ୍ତ ସେ ୧୩୧ ଇନିଂସରେ ମୋଟ ୩୪୯ ଛକା ମାରିଛନ୍ତି।
ଦକ୍ଷିଣ ଆଫ୍ରିକାର ପୂର୍ବତନ ଭେଟେରାନ ଏବି ଡି ଭିଲିୟର୍ସ ଆଇପିଏଲରେ ମାତ୍ର ୧୬୯ ମ୍ୟାଚ ଖେଳିଛନ୍ତି କିନ୍ତୁ ତାଙ୍କ ନାମରେ ୨୩୫ ଛକା ରହିଛି। ସେ ଏପର୍ଯ୍ୟନ୍ତ ଏହି ଟି -୨୦ ଲିଗର ୧୫୬ ଇନିଂସରେ ମୋଟ ୪୮୪୯ ରନ ସଂଗ୍ରହ କରିଛନ୍ତି।

ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏହି ଲିଗରେ ଏପର୍ଯ୍ୟନ୍ତ ୨୦୪ଟି ମ୍ୟାଚ ଖେଳିଛନ୍ତି ଏବଂ ସେ ଛକା ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି। ସେ ଏପର୍ଯ୍ୟନ୍ତ ୨୧୬ ଛକା ମାରିଛନ୍ତି। ସେ ୧୮୨ଇନିଂସରେ ମୋଟ ୪୬୩୨ ରନ କରିଛନ୍ତି।

ରେକର୍ଡ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ ଅଧିନାୟକ ରୋହିତ ଶର୍ମା ଏପର୍ଯ୍ୟନ୍ତ ୨୦୦ ଆଇପିଏଲ ମ୍ୟାଚରେ ମୋଟ ୨୧୩ଟି ଛକା ମାରିଛନ୍ତି। ସେ ଛକା ତାଲିକାରେ ଚତୁର୍ଥ ସ୍ଥାନରେ ଅଛନ୍ତି। ଏହି ସମ୍ମାନଜନକ ଟି -୨୦ ଲିଗରେ ରୋହିତ ୫୨୩୦ ରନ ସଂଗ୍ରହ କରିଛନ୍ତି।

ଏହି ଲିଗ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ହୁଏତ ଥରେ ଟାଇଟଲ ଜିତି ନ ଥାଇପାରେ, କିନ୍ତୁ ଏହାର ଅଧିନାୟକ ବିରାଟ କୋହଲିଙ୍କ ପ୍ରତ୍ୟେକ ସିଜିନରେ ଚମତ୍କାର ପ୍ରଦର୍ଶନ କରିଥାନ୍ତି। ବିରାଟ ଏପର୍ଯ୍ୟନ୍ତ ଆଇପିଏଲରେ ୧୯୨ଟି ମ୍ୟାଚ ଖେଳି ମୋଟ ୫୮୭୮ ରନ୍‌ କରିଛନ୍ତି। ଏଥିରେ ୨୦୧ଟି ଛକା ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?