ନାରାୟଣ ହାଇସ୍କୁଲ ଖେଳପଡ଼ିଆ ଉନ୍ନତୀକରଣ କାମ ହେଲାନି

ଶରଣକୁଳ,୨୧ା୪(ଡି.ଏନ.ଏ.): ରାଜ୍ୟ ସରକାର ପ୍ରତି ହାଇସ୍କୁଲର ଖେଳପଡ଼ିଆକୁ ମିନି ଷ୍ଟାଡିୟମରେ ପରିଣତ କରିବା ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟ ବରାଦ କରୁଛନ୍ତି। ହେଲେ ଶରଣକୁଳ ନାରାୟଣ ହାଇସ୍କୁଲ ଖେଳ ପଡ଼ିଆ ଉନ୍ନତିକରଣ କାମ ପ୍ରତି କେହି ଗୁରୁତ୍ୱାରୋପ କରୁନାହାନ୍ତି। ସେଥିପାଇଁ ଉକ୍ତ ଖେଳ ପଡ଼ିଆ ଅବହେଳିତ ଭାବେ ପଡ଼ି ରହିଛି। ଏପରି କି ଉନ୍ନତିକରଣ କାମ ପାଇଁ ଗତ ୭ମାସ ତଳେ ଶିଳାନ୍ୟାସ ହୋଇଛି। ହେଲେ ଆଜି ପର୍ଯ୍ୟନ୍ତ କାମ ଆରମ୍ଭ ହୋଇ ନ ଥିବାରୁ ଜନଅସନ୍ତୋଷ ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ନୟାଗଡ଼ର ତତ୍କାଳୀନ ରାଜା ନାରାୟଣ ସିଂ ମାନ୍‌ନ୍ଧାତା ଏହି ହାଇସ୍କୁଲ ନିର୍ମାଣ କରିଥିଲେ। ଏଥିସହିତ ହାଇସ୍କୁଲ ସମ୍ମୁଖରେ ଥିବା ଏକ ଖେଳପଡ଼ିଆକୁ ସ୍କୁଲ ନାମରେ ରେକର୍ଡଭୁକ୍ତ କରାଇଥିଲେ। ଏହି ଖେଳପଡ଼ିଆରେ ପ୍ରତିବର୍ଷ ରାଜ୍ୟ ବାହାରର ଖେଳାଳିମାନଙ୍କୁ ନେଇ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଏବଂ ସରକାରୀସ୍ତରରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥାଏ। ୨୦୨୧ରେ ରାଜ୍ୟ ସରକାର ଉକ୍ତ ଖେଳ ପଡ଼ିଆକୁ ମିନି ଷ୍ଟାଡିୟମ ଭାବେ ପରିଣତ କରିବା ପାଇଁ ୨୫ଲକ୍ଷ ଟଙ୍କା ବ୍ୟୟ ବରାଦ କରିଥିଲେ। ତା୧୭ା୮ା୨୦୨୨ରିଖରେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ଉକ୍ତ ମିନି ଷ୍ଟାଡିୟମର ଶିଳାନ୍ୟାସ କରିଥିଲେ। ଇତିମଧ୍ୟରେ ୭ମାସ ବିତିଛି। ଖେଳପଡ଼ିଆର ଉନ୍ନତିକରଣ କାମ ଆରମ୍ଭ ହୋଇନାହିଁ। ଏ ସଂକ୍ରାନ୍ତରେ କାର୍ଯ୍ୟାଦେଶ ପାଇଥିବା ଠିକାଦାରଙ୍କୁ ପଚାରିବାରେ ଏଥିପାଇଁ ଏଷ୍ଟିମେଟ ଏବଂ ପ୍ଲାନ ଠିକ ଭାବେ ହୋଇନାହିଁ। ପୁଣିଥରେ ପ୍ଲାନ ଏଷ୍ଟିମେଟ କରିବା ପାଇଁ କୁହାଯାଇଛି। ସେଥିପାଇଁ ଉକ୍ତ କାମ ଆରମ୍ଭ ହେବାରେ ବିଳମ୍ବ ଘଟିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri