ଅଙ୍ଗନୱାଡ଼ିକେନ୍ଦ୍ର ନିକଟରେ ବସି ଖେଳୁଥିଲେ ଗେମ୍‌: ପରେ ଯାହା ହେଲା…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ନୂଆ ଅନ୍ତେଇ ଗ୍ରାମରେ ଜଣେ ଯୁବକ ବିଦ୍ୟୁତ ସଂସ୍ପର୍ଶରେ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୃତକ ଜଣକ ହେଲେ ଗ୍ରାମର କାହ୍ନା ସେଠୀ (୧୮) । କାହ୍ନା ସୋମବାର ରାତି ପ୍ରାୟ ୧୧ ଟାରେ ଗ୍ରାମରେ ଥିବା ଅଙ୍ଗନୱାଡ଼ିକେନ୍ଦ୍ର ନିକଟରେ ବସି ନିଜ ମୋବାଇଲରେ ଗେମ ଖେଳୁଥିବା ବେଳେ ଅସାବଧାନତା କାରଣରୁ ସେଠାରେ ଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ଖବରପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ କାହ୍ନାକୁ ବ୍ରହ୍ମପୁର ବଡ ମେଡ଼ିକାଲ ନେଇଥିଲେ। ସେଠାରେ ଉପସ୍ଥିତ ଡାକ୍ତର କାହ୍ନାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କୁ କହିଥିଲେ । ଖବରପାଇ ଦିଗପହଣ୍ଡି ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରି ଥାନା ଅପମୃତ୍ୟୁ ମାମଲା ନଂ ୩୩/୨୫ ପ୍ରକାରେ ମକଦ୍ଦମା ରୁଜୁ କରିଥିଲେ । ମଙ୍ଗଳବାର ସକାଳେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ଅପରାହ୍ନରେ ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସତ୍କାର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍

ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍‌ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri