Posted inଖେଳ

ମୁହଁ ଖୋଲିଲେ ଶ୍ରେୟାସ: ଅଧିନାୟକ ପଦକୁ ନେଇ କହିଲେ…

ୟୁଏଇ,୨୩।୯: ଦିଲ୍ଲୀ କ୍ୟାପିଟାଲ୍ସର ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ଅଧିନାୟକ ପଦକୁ ନେଇ ନିଜ ମତ ପ୍ରକାଶ କରିଛନ୍ତି। ଆୟର୍‌ କହିଛନ୍ତି ଯେ, ସେ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୧) ରେ ଦିଲ୍ଲୀ ଅଧିନାୟକ ରିଷଭ ପନ୍ତଙ୍କୁ ଭଲ ପାଆନ୍ତି କିନ୍ତୁ ୨୦୨୧ ସିଜନ ଶେଷ ପର୍ଯ୍ୟନ୍ତ ରିଷଭ ପନ୍ତଙ୍କୁ ଅଧିନାୟକ ଭାବରେ ରଖିବା ପାଇଁ ଦଳର ପରିଚାଳନା ନିଷ୍ପତ୍ତିକୁ ସମ୍ମାନ ଦିଅନ୍ତି। ଆୟର୍‌ ଆଇପିଏଲ ୨୦୨୦ରେ ଦିଲ୍ଲୀକୁ ଫାଇନାଲକୁ ନେଇଥିଲେ କିନ୍ତୁ କାନ୍ଧରେ ଆଘାତ ହେତୁ ଚଳିତ ବର୍ଷ ଟୁର୍ନାମେଣ୍ଟର ପ୍ରଥମ ପର୍ଯ୍ୟାୟରୁ ବଞ୍ଚିତ ହୋଇଥିଲେ। ଏହା ପରେ ଦଳ ପରିଚାଳନା ପନ୍ତଙ୍କୁ ଅଧିନାୟକ ଭାବରେ ନିଯୁକ୍ତ କରିଥିଲା।
କରୋନା କାରଣରୁ ମେ ମାସରେ ସ୍ଥଗିତ ରଖାଯାଇଥିବା ଆଇପିଏଲ ପ୍ରତ୍ୟାବର୍ତ୍ତନ କଲାବେଳେ ୨୬ ବର୍ଷିୟ ଆୟାର ପ୍ରତ୍ୟାବର୍ତ୍ତନ କରିଥିଲେ କିନ୍ତୁ ଦିଲ୍ଲୀ ପନ୍ତଙ୍କୁ ଅଧିନାୟକ ଭାବରେ ରଖିଥିଲେ। ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ବିଜୟରେ ୪୭ର ଆକ୍ରମଣାତ୍ମକ ଇନିଂସ ଖେଳିଥିବା ଆୟାର କହିଛନ୍ତି ଯେ, ସେ ଦଳର ନୀତି ବୁଝନ୍ତି, ଏନେଇ ତାଙ୍କର କୌଣସି ଅଭିଯୋଗ ନାହିଁ। ଅଧିନାୟକ ଦାୟିତ୍ୱ ଦିଆଯିବା ପରେ ମୋର ନିଷ୍ପତ୍ତି ନେବା କ୍ଷମତା ଏବଂ ସହନଶୀଳତା ସ୍ତର ବହୁତ ବଢିଥିଲା। ଫ୍ରାଞ୍ଚାଇଜ୍‌ର ନିଷ୍ପତ୍ତି ଏବଂ ସେମାନେ ଯାହା ନିଷ୍ପତ୍ତି ନେଇଛନ୍ତି ମୁଁ ତାକୁ ସମ୍ମାନ କରୁଛି। ବର୍ତ୍ତମାନ ମୁଁ ବ୍ୟାଟିଂ ଉପରେ ଅଧିକ ଧ୍ୟାନ ଦେଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri