ବାରବାଟୀ ମ୍ୟାଚ୍‌ ବନ୍ଦ ଲାଗି ହାଇକୋର୍ଟରେ ଦାୟର ହେଲା ମାମଲା

କଟକ ଅଫିସ,୧।୬: ଆସନ୍ତା ଜୁନ ୧୨ରେ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ବନ୍ଦ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଢେଙ୍କାନାଳ ଭୁବନର ଜନୈକ ବ୍ୟକ୍ତିଙ୍କ ପକ୍ଷରୁ ଏହି ମାମଲା ଦାୟର କରାଯାଇଥିବା ଜଣାପଡ଼ିଛି। ଷ୍ଟାଡିୟମରେ ଅଗ୍ନି ନିରାପତ୍ତା ଲାଗି ପର୍ଯ୍ୟାପ୍ତ ବ୍ୟବସ୍ଥା ନଥିବା ଅଭିଯୋଗ କରି ମ୍ୟାଚ ବନ୍ଦ କରିବାକୁ ନିର୍ଦ୍ଦେଶ ଦେବାକୁ କୋର୍ଟରେ ମାମଲା ଦାୟର ହୋଇଛି। ଏଥିରେ ରାଜ୍ୟ ସରକାର, ବିସିସିଆଇ ଆଦି ୧୫ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି।

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଟି-୨୦ ମ୍ୟାଚ୍‌ ଲାଗି ବୁଧବାରଠାରୁ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି ଆରମ୍ଭ ହୋଇଛି। ୯ ତାରିଖରୁ ବାରବାଟୀ ଷ୍ଟାଡିୟମର ଟିକେଟ କାଉଣ୍ଟରରେ ଅଫଲାଇନ୍‌ରେ ଟିକେଟ ବିକ୍ରି ହେବ। ଏହି ମ୍ୟାଚକୁ ନେଇ କ୍ରିକେଟପ୍ରେମୀଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଯାଉଛି। ଟିକେଟ କିିଣିବାକୁ ମଧ୍ୟ ଉତ୍ସାହ ଦେଖିବାକୁ ମିଳୁଛି। ତେବେ ହାଇକୋର୍ଟକୁ ମାମଲା ଯାଇଥିବାରୁ ପରବର୍ତ୍ତୀ ସୂଚନା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଥର ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଷ୍ଣୁବ୍ରତ

ବାସୁଦେବପୁର,୨୯ା୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବିଜେଡି ଶିବିର ଏବେ ଚଳଚଞ୍ଚଳ ହୋଇପଡ଼ିଛି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପୁନର୍ବାର ଏହି ନିର୍ବାଚନ ମଣ୍ଡଳୀରୁ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର

ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ...

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri