ନବ ଦାସ ହତ୍ୟା ତଦନ୍ତର ସ୍ଥିତି ଜଣାଅ

କଟକ,୧୩ା୨(କାର୍ତ୍ତିକ ସାହୁ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ବୁଧବାର ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅରିନ୍ଦମ ସିହ୍ନା ଏବଂ ବିଚାରପତି ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ନବ ଦାସ ହତ୍ୟା ମାମଲାର ତଦନ୍ତ ସ୍ଥିତି ସଂକ୍ରାନ୍ତରେ ଜଣାଇବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ଏହି ରିପୋର୍ଟ ଲିଖିତ ଆକାରରେ ଦାଖଲ କରିବେ। ଆସନ୍ତା ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସୂଚନାନୁସାରେ, ନବ ଦାସଙ୍କ ହତ୍ୟା ଘଟଣା ସହ ଏକାଧିକ ପ୍ରସଙ୍ଗରେ ଆବେଦନରେ ଉଲ୍ଲେଖ ରହିଛି। ନବ ଦାସଙ୍କ ହତ୍ୟା ଘଟଣା ଏ ପର୍ଯ୍ୟନ୍ତ ପ୍ରହେଳିକା ଭିତରେ ରହିଯାଇଛି ବୋଲି ଆବେଦନକାରୀ ପିନାକପାଣି ମହାନ୍ତି ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହି ଘଟଣାରେ ସିବିଆଇ ତଦନ୍ତ କରାଗଲେ ପ୍ରକୃତ ରହସ୍ୟ ଉନ୍ମୋଚନ ହେବ ବୋଲି ସେ ପ୍ରାର୍ଥନା କରିଛନ୍ତି। ଏଥିସହ ଚିଟ୍‌ଫଣ୍ଡ ସ୍କାମ୍‌ରେ ବିଜେଡିର ଅନେକ ନେତାଙ୍କ ସମ୍ପୃକ୍ତି ଥିବାବେଳେ ଏହାର ତଦନ୍ତ ନିର୍ଦ୍ଦେଶ ଦେବାକୁ ସେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri