Posted inଜାତୀୟ

ଥଇଥାନ ପାଇଁ କ’ଣ ପଦକ୍ଷେପ ନେଇଛ ଜଣାଅ

ନୂଆଦିଲ୍ଲୀ, ୪ା୭ ହିଂସା କ୍ଷତିଗ୍ରସ୍ତ ମଣିପୁରରେ ଘରଦ୍ୱାର ହରାଇଥିବା ଲୋକମାନଙ୍କ ଥଇଥାନ ପାଇଁ କ’ଣ ପଦକ୍ଷେପ ନେଇଛ, ଆଇନ ଶୃଙ୍ଖଳା ସ୍ଥିିତିରେ କିଭଳି ଉନ୍ନତି ହୋଇଛି ଓ ଲୁଟ୍‌ ହୋଇଥିବା ଅସ୍ତ୍ରଶସ୍ତ୍ର ଉଦ୍ଧାର ସମ୍ପର୍କିତ ସଂଶୋଧିତ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତିରେ ଧୀରେ ଧୀରେ ସୁଧାର ଆସୁଛି। ବର୍ତ୍ତମାନ କର୍ଫ୍ୟୁ ସମୟ ଦିନକୁ ୫ ଘଣ୍ଟାକୁ ହ୍ରାସ କରାଯାଇଛି ବୋଲି ରାଜ୍ୟ ସରକାର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠଙ୍କୁ କହିଥିଲେ। ଖଣ୍ଡପୀଠରେ ଜଷ୍ଟିସ ପି.ଏସ୍‌. ନରସିଂହ ଏବଂ ମନୋଜ ମିଶ୍ରା ରହିଛନ୍ତି। ଥଇଥାନ ଶିବିର, ଆଇନ ଶୃଙ୍ଖଳା ଓ ଅସ୍ତ୍ର ଉଦ୍ଧାର କରିବାରେ କ’ଣ ପଦକ୍ଷେପ ନିଆଯାଇଛି, କେବଳ ତାହା ଜଣାଅ ବୋଲି ଖଣ୍ଡପୀଠ ମଣିପୁର ହିଂସା ଉପରେ ଏକାଧିକ ପିଟିଶନ୍‌ର ଶୁଣାଣି କରିବା ପରେ କହିଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୦କୁ ଧାର୍ଯ୍ୟ କରାଯାଇଛି।
କେତେକ ଉଗ୍ରପନ୍ଥୀ ଗୋଷ୍ଠୀ ରାଜ୍ୟ ସରକାରଙ୍କ ପ୍ରାୟୋଜିତ ବୋଲି କୁକି ସଂଖ୍ୟାଲଘୁ ସଂଗଠନରୁ ପ୍ରତିନିଧିତ୍ୱ କରୁଥିବା ବରିଷ୍ଠ ଆଇନଜୀବୀ କୋଲିନ ଗନସାଲ୍‌ଭେସ୍‌ ଯୁକ୍ତି ବାଢ଼ିଥିବାବେଳେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏହାକୁ ଖଣ୍ଡନ କରିବା ସହ ଅଭିଯୋଗ ଦୁର୍ଭାଗ୍ୟଜନକ ବୋଲି କହିଥିଲେ। କୁକି ପକ୍ଷର ଓକିଲ ହିଂସାକାଣ୍ଡକୁ କୌଣସି ସାମ୍ପ୍ରଦାୟିକ ମୋଡ଼ ନ ଦେବା ଲାଗି ସେ ପରାମର୍ଶ ଦେଇଥିଲେ। ଧୀରେ ଧୀରେ ହେଲେ ମଧ୍ୟ ରାଜ୍ୟ ସ୍ଥିତିରେ ଉନ୍ନତି ଆସିଛି। ଯାହାକିଛି ସମସ୍ୟା ଥିଲା ତାହାର ସମାଧାନ କରାଯାଉଛି। ରାଜ୍ୟ ପୋଲିସ ବ୍ୟତୀତ ସେଠାରେ ଭାରତୀୟ ରିଜର୍ଭ ବାଟାଲିୟନ, ମଣିପୁର ରାଇଫଲ୍ସ, କମାଣ୍ଡୋ, ସିଏପିଏଫ୍‌ର ୧୧୪ କମ୍ପାନୀ, ସେନାର ୧୮୪ କଲମ୍‌ ଯବାନ ଶାନ୍ତି ଶୃଙ୍ଖଳା ରକ୍ଷାରେ ନିୟୋଜିତ ହୋଇଛନ୍ତି। ହିଂସା ପ୍ରପୀଡ଼ିତଙ୍କ ଥଇଥାନ ପାଇଁ ୩୫୫ ରିଲିଫ କ୍ୟାମ୍ପ ଖୋଲିଥିବା ସଲିସିଟର ଜେନେରାଲ ଖଣ୍ଡପୀଠଙ୍କୁ ଜଣାଇଥିଲେ। ସୂଚନାଯୋଗ୍ୟ, ୨ ମାସ ହେଲା ମଣିପୁରରେ ଜାତିଆଣ ହିଂସାକାଣ୍ଡ ଲାଗିରହିଥିବାବେଳେ ଏଥିରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ସହ ହଜାର ହଜାର ଲୋକ ଘରଦ୍ୱାର ହରାଇ ରିଲିଫ ଶିବିରରେ ଆଶ୍ରୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?