ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଚିକିଟି ଜଳସେଚନ ବିଭାଜନ କାର୍ଯ୍ୟାଳୟ, ବ୍ରହ୍ମପୁର ଆନୁକୂଲ୍ୟରେ ଆୟୋଜିତ ସମାରୋହରେ ଦିଗପହଣ୍ଡି ଘୋଡାହାଡ ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଏ .ଗୋପାଳ ରାଓ ଅଧ୍ୟକ୍ଷତା କରିଥିଲେ। ବାଘଲଟି ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ମଞ୍ଚ ପରିଚାଳନା କରିଥିଲେ। ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ମୁଖ୍ୟଅତିଥି, ଦିଗପହଣ୍ଡି ତହସିଲଦାର ଅନୀତା କୁମାରୀ ସାହୁ, ବିଡ଼ିଓ ଡ. ଚିତ୍ତରଞ୍ଜନ ଦାସ, ଛେଳିଗଡ କେନାଲ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀ ଇଂ. ସରୋଜ ନାୟକ, ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ, ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି ସଭାପତି ରମେଶ ଚନ୍ଦ୍ର ପାତ୍ର, ରାମନଦୀ ଜଳସେଚନ ପ୍ରକଳ୍ପ ସଭାପତି ଶ୍ରୀନିବାସ ପାତ୍ର ପ୍ରମୁଖ ସମ୍ମାନୀତ ଅତିଥି ରୂପେ ଯୋଗ ଦେଇଥିଲେ।

ଜଳସମ୍ପଦର ସୁରକ୍ଷା ଦିଗରେ ସମସ୍ତେ ଶପଥ ପାଠ କରିଥିଲେ। ପାଣି ପଞ୍ଚାୟତ ଗୁଡିକରେ ଜଳସେଚନ ସମସ୍ୟା ଉପୁଜିଲେ ପାଣି ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରାଯିବା ପାଇଁ ମୁଖ୍ୟ ଅତିଥି ଅନୁରୋଧ କରିଥିଲେ। ଜିଲାରେ ଧାନମଣ୍ଡି ୨୩ ତାରିଖ ବଦଳରେ ଆସନ୍ତା ଜାନୁଆରୀ ୩ ତାରିଖରେ ଖୋଲିବ ବୋଲି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଆସିଥିବା ନେଇ ତହସିଲଦାର ଉପସ୍ଥିତ ଚାଷୀଙ୍କୁ ସଚେତନ କରାଇଥିଲେ। କାର୍ଯ୍ୟକ୍ରମରେ ଘଟକେଶ୍ୱର ଜଳ ସେଚନ ପ୍ରକଳ୍ପ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ରମାକାନ୍ତ ମଲ୍ଲିକ, ଘୋଡ଼ାହାଡ଼ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଇଂ. କ୍ଷୀରୋଦ ବେହେରା, ଇଂ .ସୁଶାନ୍ତ ମହାପାତ୍ର, ଇଂ .ନିରଞ୍ଜନ ସାହୁ, ଇଂ.ଦେବରାଜ ଗୌଡ, ବାଘଲଟି ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଇଂ .ସଞ୍ଜୀବ ସାହୁ, ଇଂ.ପୂର୍ଣ୍ଣଚନ୍ଦ୍ର ପଟ୍ଟନାୟକ, ବାହୁଦା ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଇଂ ସସ୍ମିତା ସାହୁ, ଇଂ ବିଶ୍ୱନାଥ ପାତ୍ର, ପାଣି ପଞ୍ଚାୟତ ଶୀର୍ଷ କମିଟି ସମ୍ପାଦକ କିର୍ତ୍ତୀଚନ୍ଦ୍ର ଗୌଡ, କୋଷାଧ୍ୟକ୍ଷ ରାମନାଥ ବିଷୋୟୀ, ପୂର୍ବତନ ସଭାପତି ବିଦ୍ୟାଧର ମହାପାତ୍ରଙ୍କ ସମେତ ଦିଗପହଣ୍ଡି, ରାମନଦୀ, ବାହୁଦା ଜଳସେଚନ ପ୍ରକଳ୍ପ ପାଣି ପଞ୍ଚାୟତ କାର୍ଯ୍ୟକର୍ତ୍ତା, ସଦସ୍ୟ ଏବଂ ଦିଗପହଣ୍ଡି, ଚିକିଟି ଓ ପାତ୍ରପୁର ଅଞ୍ଚଳର ବହୁସଂଖ୍ୟକ ଚାଷୀ ଉପସ୍ଥିତ ଥିଲେ। ପରିଶେଷରେ ଜଳସମ୍ପଦ ବିଭାଗ ପକ୍ଷରୁ ଅନୁଷ୍ଠିତ ବକ୍ତୃତା, ପ୍ରବନ୍ଧ, ସାଧାରଣ ଜ୍ଞାନ, ଚିତ୍ରାଙ୍କନ ଭଳି ପ୍ରତିଯୋଗିତାର କୃତି ପ୍ରତିଯୋଗୀ ଛାତ୍ରୀଛାତ୍ରଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri