ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଚିକିଟି ଜଳସେଚନ ବିଭାଜନ କାର୍ଯ୍ୟାଳୟ, ବ୍ରହ୍ମପୁର ଆନୁକୂଲ୍ୟରେ ଆୟୋଜିତ ସମାରୋହରେ ଦିଗପହଣ୍ଡି ଘୋଡାହାଡ ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଏ .ଗୋପାଳ ରାଓ ଅଧ୍ୟକ୍ଷତା କରିଥିଲେ। ବାଘଲଟି ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ମଞ୍ଚ ପରିଚାଳନା କରିଥିଲେ। ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ମୁଖ୍ୟଅତିଥି, ଦିଗପହଣ୍ଡି ତହସିଲଦାର ଅନୀତା କୁମାରୀ ସାହୁ, ବିଡ଼ିଓ ଡ. ଚିତ୍ତରଞ୍ଜନ ଦାସ, ଛେଳିଗଡ କେନାଲ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀ ଇଂ. ସରୋଜ ନାୟକ, ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ, ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି ସଭାପତି ରମେଶ ଚନ୍ଦ୍ର ପାତ୍ର, ରାମନଦୀ ଜଳସେଚନ ପ୍ରକଳ୍ପ ସଭାପତି ଶ୍ରୀନିବାସ ପାତ୍ର ପ୍ରମୁଖ ସମ୍ମାନୀତ ଅତିଥି ରୂପେ ଯୋଗ ଦେଇଥିଲେ।

ଜଳସମ୍ପଦର ସୁରକ୍ଷା ଦିଗରେ ସମସ୍ତେ ଶପଥ ପାଠ କରିଥିଲେ। ପାଣି ପଞ୍ଚାୟତ ଗୁଡିକରେ ଜଳସେଚନ ସମସ୍ୟା ଉପୁଜିଲେ ପାଣି ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରାଯିବା ପାଇଁ ମୁଖ୍ୟ ଅତିଥି ଅନୁରୋଧ କରିଥିଲେ। ଜିଲାରେ ଧାନମଣ୍ଡି ୨୩ ତାରିଖ ବଦଳରେ ଆସନ୍ତା ଜାନୁଆରୀ ୩ ତାରିଖରେ ଖୋଲିବ ବୋଲି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଆସିଥିବା ନେଇ ତହସିଲଦାର ଉପସ୍ଥିତ ଚାଷୀଙ୍କୁ ସଚେତନ କରାଇଥିଲେ। କାର୍ଯ୍ୟକ୍ରମରେ ଘଟକେଶ୍ୱର ଜଳ ସେଚନ ପ୍ରକଳ୍ପ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ରମାକାନ୍ତ ମଲ୍ଲିକ, ଘୋଡ଼ାହାଡ଼ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଇଂ. କ୍ଷୀରୋଦ ବେହେରା, ଇଂ .ସୁଶାନ୍ତ ମହାପାତ୍ର, ଇଂ .ନିରଞ୍ଜନ ସାହୁ, ଇଂ.ଦେବରାଜ ଗୌଡ, ବାଘଲଟି ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଇଂ .ସଞ୍ଜୀବ ସାହୁ, ଇଂ.ପୂର୍ଣ୍ଣଚନ୍ଦ୍ର ପଟ୍ଟନାୟକ, ବାହୁଦା ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଇଂ ସସ୍ମିତା ସାହୁ, ଇଂ ବିଶ୍ୱନାଥ ପାତ୍ର, ପାଣି ପଞ୍ଚାୟତ ଶୀର୍ଷ କମିଟି ସମ୍ପାଦକ କିର୍ତ୍ତୀଚନ୍ଦ୍ର ଗୌଡ, କୋଷାଧ୍ୟକ୍ଷ ରାମନାଥ ବିଷୋୟୀ, ପୂର୍ବତନ ସଭାପତି ବିଦ୍ୟାଧର ମହାପାତ୍ରଙ୍କ ସମେତ ଦିଗପହଣ୍ଡି, ରାମନଦୀ, ବାହୁଦା ଜଳସେଚନ ପ୍ରକଳ୍ପ ପାଣି ପଞ୍ଚାୟତ କାର୍ଯ୍ୟକର୍ତ୍ତା, ସଦସ୍ୟ ଏବଂ ଦିଗପହଣ୍ଡି, ଚିକିଟି ଓ ପାତ୍ରପୁର ଅଞ୍ଚଳର ବହୁସଂଖ୍ୟକ ଚାଷୀ ଉପସ୍ଥିତ ଥିଲେ। ପରିଶେଷରେ ଜଳସମ୍ପଦ ବିଭାଗ ପକ୍ଷରୁ ଅନୁଷ୍ଠିତ ବକ୍ତୃତା, ପ୍ରବନ୍ଧ, ସାଧାରଣ ଜ୍ଞାନ, ଚିତ୍ରାଙ୍କନ ଭଳି ପ୍ରତିଯୋଗିତାର କୃତି ପ୍ରତିଯୋଗୀ ଛାତ୍ରୀଛାତ୍ରଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୂପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୂପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri