ବିଦ୍ୟାଳୟ ପରିବେଶକୁ ସୁନ୍ଦର ସବୁଜ କରିବାକୁ ଶପଥ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅନ୍ତର୍ଗତ କଶ୍ରୁପଡ଼ାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ୭୭ ତମ ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ସୁଧୀର ବିଶିଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ କଶ୍ରୁପଡ଼ା ବନପାଳ ବିଶିକେଶନ କରୁଆଁ, ଫରେଷ୍ଟଗାର୍ଡ ରାଜଲକ୍ଷ୍ମୀ ପ୍ରଧାନ ଓ ସୁଜାତା ବାଗ ଯୋଗଦେଇ ଚାରା ଓ ଆନୁଷଙ୍ଗିକ ସହାୟତା ଯୋଗାଇ ଦେଇଥିଲେ। ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ସୁଶ୍ରୀସ୍ମିତା ପ୍ରଧାନ, ,ଏନ୍‌ସିସି ଶିକ୍ଷକ ତିରମ ସୁନାନୀ ରେଡ୍‌କ୍ରସ ଶିକ୍ଷକ ଗୋବିନ୍ଦ ବ୍ରହ୍ମା ଓ ପିଇଟି ପ୍ରିୟଙ୍କା ବିଶିଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟର ଶକ୍ତି କ୍ଲବ,ଏନ୍‌ସିସି ଓ ଜୁନିୟର ରେଡ୍‌କ୍ରସର ଛାତ୍ରୀଛାତ୍ର ସାମିଲ ହୋଇ ବିଦ୍ୟାଳୟ ହତାରେ ଫଳ ଓ ଔଷଧୀୟ ତଥା ଛାୟା ପ୍ରଦାନକାରୀ ବୃକ୍ଷରୋପଣ କରିଥିଲେ। ଶିକ୍ଷକ ହେମନ୍ତ ପ୍ରଧାନ, ସତ୍ୟରଞ୍ଜନ ଜେନା, ଭୁବନ ମାଝୀ, ଧନଞ୍ଜୟ ମହାପାତ୍ର ଶିକ୍ଷୟତ୍ରୀ ଯାଜ୍ଞସେନୀ ମାଝୀ, ଜ୍ୟୋସ୍ନାମୟୀ ପୃଷ୍ଟି, ଶର୍ମିଷ୍ଠା ପ୍ରଧାନ ଓ କର୍ମଚାରୀ ବିଶ୍ୱନାଥ ରଣା, ସୁଶାନ୍ତ ସାହୁ ଓ ଦେବକୀ ନାଏକ ସମସ୍ତ କାର୍ଯ୍ୟ ତଦାରଖ କରିଥିଲେ। ଶେଷରେ ବିଦ୍ୟାଳୟ ପରିବେଶକୁ ସବୁଜ ସୁନ୍ଦର ଓ ସ୍ବଚ୍ଛ ରଖିବା ପାଇଁ ସମସ୍ତେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri