Posted inଖେଳ

ପ୍ଲିସ୍‌କୋଭାଙ୍କ ବିଦାୟ

ନ୍ୟୁୟର୍କ, ୪।୯(ଏପି): ୟୁଏସ୍‌ ଓପନ୍‌ ମହିଳା ସିଙ୍ଗଲ୍ସରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଟପ୍‌ ସିଡ୍‌ ମାନ୍ୟତା ପାଇଥିବା ଚେକ୍‌ ରିପବ୍ଲିକ୍‌ର କାରୋଲିନା ପ୍ଲିସ୍‌କୋଭା ଦ୍ୱିତୀୟ ରାଉଣ୍ଡରେ ଫ୍ରାନ୍ସର କାରୋଲିନ୍‌ ଗାର୍ସିଆଙ୍କଠାରୁ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଗାର୍ସିଆ ୬-୧, ୭-୬ ସେଟ୍‌ରେ ପ୍ଲିସ୍‌କୋଭାଙ୍କୁ ପରାସ୍ତ କରି ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଗାର୍ସିଆ ପରବର୍ତ୍ତୀ ରାଉଣ୍ଡରେ ୨୮ତମ ସିଡ୍‌ ଆମେରିକାର ଜେନିଫର ବ୍ରାଡିଙ୍କୁ ଭେଟିବେ। ବ୍ରାଡି ଅନ୍ୟଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ ନିଜ ଦେଶର କାଥେରିନ୍‌ ବେଲିସଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ୧୭ତମ ସିଡ୍‌ ଖେଳାଳି ଜର୍ମାନୀର ଆଞ୍ଜେଲିକ କର୍ବର ୬-୩, ୭-୬ ସେଟ୍‌ରେ ଜର୍ମାନୀର ଆନ୍ନା-ଲେନା ଫ୍ରିଏଡ୍‌ସମଙ୍କୁ ହରାଇ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। କର୍ବର ପରବର୍ତ୍ତୀ ରାଉଣ୍ଡରେ ଆମେରିକାର ଅନ୍‌ ଲି’ଙ୍କୁ ଭେଟିବେ। ଷଷ୍ଠ ସିଡ୍‌ ଚେକ୍‌ ଗଣରାଜ୍ୟର ପେଟ୍ରା ଭିଟୋଭା ୭-୬, ୬-୨ ସେଟ୍‌ରେ ୟୁକ୍ରେନ୍‌ର କାଟେରିନା କୋଜଲୋଭାଙ୍କୁ ପରାସ୍ତ କରି ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେ ପରବର୍ତ୍ତୀ ରାଉଣ୍ଡରେ ଆମେରିକାର ଜେସିକା ପେଗୁଲାଙ୍କୁ ଭେଟିବେ। ସେହିପରି ଚତୁର୍ଥ ସିଡ୍‌ ଜାପାନର ନାଓମି ଓସାକା ୬-୧, ୬-୨ ସେଟ୍‌ରେ ଇଟାଲୀର କାମିଲା ଜିଓର୍ଜିଙ୍କୁ ହରାଇ ତୃତୀୟ ରାଉଣ୍ଡକୁ ଉଠିଛନ୍ତି। ପରବର୍ତ୍ତୀ ରାଉଣ୍ଡରେ ସେ ୟୁକ୍ରେନର କୋଷ୍ଟିଉକଙ୍କୁ ଭେଟିବେ। ମହିଳା ସିଙ୍ଗଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଥିବା ଅନ୍ୟ ଖେଳାଳିମାନେ ହେଲେ ୨୪ତମ ସିଡ୍‌ ପୋଲଣ୍ଡର ମଗଡା ଲିନେଟ, ୧୪ତମ ସିଡ୍‌ ଆନେଟ୍‌ କୋଣ୍ଟାଭେଇଟ୍‌, ଆମେରିକାର ସେଲ୍‌ବି ରୋଜର୍ସ, ମାଡିନସନ ବ୍ରେଙ୍ଗଲ୍‌।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri