Posted inଖେଳ

ପ୍ଲିସ୍‌କୋଭାଙ୍କ ବିଦାୟ

ନ୍ୟୁୟର୍କ, ୪।୯(ଏପି): ୟୁଏସ୍‌ ଓପନ୍‌ ମହିଳା ସିଙ୍ଗଲ୍ସରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଟପ୍‌ ସିଡ୍‌ ମାନ୍ୟତା ପାଇଥିବା ଚେକ୍‌ ରିପବ୍ଲିକ୍‌ର କାରୋଲିନା ପ୍ଲିସ୍‌କୋଭା ଦ୍ୱିତୀୟ ରାଉଣ୍ଡରେ ଫ୍ରାନ୍ସର କାରୋଲିନ୍‌ ଗାର୍ସିଆଙ୍କଠାରୁ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଗାର୍ସିଆ ୬-୧, ୭-୬ ସେଟ୍‌ରେ ପ୍ଲିସ୍‌କୋଭାଙ୍କୁ ପରାସ୍ତ କରି ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଗାର୍ସିଆ ପରବର୍ତ୍ତୀ ରାଉଣ୍ଡରେ ୨୮ତମ ସିଡ୍‌ ଆମେରିକାର ଜେନିଫର ବ୍ରାଡିଙ୍କୁ ଭେଟିବେ। ବ୍ରାଡି ଅନ୍ୟଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ ନିଜ ଦେଶର କାଥେରିନ୍‌ ବେଲିସଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ୧୭ତମ ସିଡ୍‌ ଖେଳାଳି ଜର୍ମାନୀର ଆଞ୍ଜେଲିକ କର୍ବର ୬-୩, ୭-୬ ସେଟ୍‌ରେ ଜର୍ମାନୀର ଆନ୍ନା-ଲେନା ଫ୍ରିଏଡ୍‌ସମଙ୍କୁ ହରାଇ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। କର୍ବର ପରବର୍ତ୍ତୀ ରାଉଣ୍ଡରେ ଆମେରିକାର ଅନ୍‌ ଲି’ଙ୍କୁ ଭେଟିବେ। ଷଷ୍ଠ ସିଡ୍‌ ଚେକ୍‌ ଗଣରାଜ୍ୟର ପେଟ୍ରା ଭିଟୋଭା ୭-୬, ୬-୨ ସେଟ୍‌ରେ ୟୁକ୍ରେନ୍‌ର କାଟେରିନା କୋଜଲୋଭାଙ୍କୁ ପରାସ୍ତ କରି ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେ ପରବର୍ତ୍ତୀ ରାଉଣ୍ଡରେ ଆମେରିକାର ଜେସିକା ପେଗୁଲାଙ୍କୁ ଭେଟିବେ। ସେହିପରି ଚତୁର୍ଥ ସିଡ୍‌ ଜାପାନର ନାଓମି ଓସାକା ୬-୧, ୬-୨ ସେଟ୍‌ରେ ଇଟାଲୀର କାମିଲା ଜିଓର୍ଜିଙ୍କୁ ହରାଇ ତୃତୀୟ ରାଉଣ୍ଡକୁ ଉଠିଛନ୍ତି। ପରବର୍ତ୍ତୀ ରାଉଣ୍ଡରେ ସେ ୟୁକ୍ରେନର କୋଷ୍ଟିଉକଙ୍କୁ ଭେଟିବେ। ମହିଳା ସିଙ୍ଗଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଥିବା ଅନ୍ୟ ଖେଳାଳିମାନେ ହେଲେ ୨୪ତମ ସିଡ୍‌ ପୋଲଣ୍ଡର ମଗଡା ଲିନେଟ, ୧୪ତମ ସିଡ୍‌ ଆନେଟ୍‌ କୋଣ୍ଟାଭେଇଟ୍‌, ଆମେରିକାର ସେଲ୍‌ବି ରୋଜର୍ସ, ମାଡିନସନ ବ୍ରେଙ୍ଗଲ୍‌।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri