ଅବକାରୀ ଯୁଗ୍ମ କମିଶନରଙ୍କ ୫୨ ପ୍ଲଟ୍‌

ଭୁବନେଶ୍ୱର/ବଲାଙ୍ଗୀର,୩୦ା୭:(ସତ୍ୟଜିତ୍‌ ରାଉତ/ବୀରେନ୍ଦ୍ର ଝାଙ୍କର):୮ମାସ ପରେ ଅବସର ନେଇଥାନ୍ତେ। ହେଲେ ଏହାପୂର୍ବରୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଭୁବନେଶ୍ୱର ଅବକାରୀ ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସର ୧୦ଟି ଟିମ୍‌ ରାମଚନ୍ଦ୍ରଙ୍କ ଘର ସମେତ ଭୁବନେଶ୍ୱର, ବଲାଙ୍ଗୀର, ସୋନପୁର ଆଦି ୧୦ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି। ଯାଞ୍ଚବେଳେ ରାମଚନ୍ଦ୍ରଙ୍କ ୫୨ଟି ପ୍ଲଟ୍‌ ସମେତ ବିପୁଳ ସମ୍ପତ୍ତି ରହିଥିବା ଭିଜିଲାନ୍ସ ଜାଣିବାକୁ ପାଇଛି। ଚଢ଼ାଉ ହେଉଥିବା ସ୍ଥାନ ମଧ୍ୟରେ ରାମଚନ୍ଦ୍ରଙ୍କ ସୁବର୍ଣ୍ଣପୁର ଜିଲା ତରଭା କନ୍ଦରପିଟା ଗ୍ରାମସ୍ଥିତ ପୈତୃକ ଘର, ତରଭା ଅଞ୍ଚଳରେ ଏକ ରାଇସ୍‌ ମିଲ୍‌, ଭୁବନେଶ୍ୱର ଖଣ୍ଡଗିରି ଧର୍ମବିହାରସ୍ଥିତ ଭଡ଼ାଘର ଓ ଭୁବନେଶ୍ୱର ରୂପାଲି ଛକ ଇପିକଲ୍‌ ହାଉସସ୍ଥିତ ଅଫିସ ଚାମ୍ବର ଆଦି ରହିଛି। ଭିଜିଲାନ୍ସ ଟିମ୍‌ରେ ୧୦ଜଣ ଡିଏସ୍‌ପି, ୧୫ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଏହି ଚଢ଼ାଉ ଜାରି ରହିଥିବାବେଳେ ସା ସୁଦ୍ଧା ଭିଜିଲାନ୍ସ ଟିମ୍‌ ରାମଚନ୍ଦ୍ରଙ୍କ ବହୁ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କିରିଛି।
ରିପୋର୍ଟ ଅନୁଯାୟୀ, ରାମଚନ୍ଦ୍ରଙ୍କ ଠାବ ହୋଇଥିବା ୫୨ଟି ପ୍ଲଟ୍‌ ମଧ୍ୟରୁ ସମ୍ବଲପୁରରେ ୨, ବଲାଙ୍ଗୀରରେ ୩ ଓ ସୁବର୍ଣ୍ଣପୁରରେ ୪୭ଟି ରହିଛି। ସେହିପରି ଭୁବନେଶ୍ୱର ଆଇଗିଣିଆରେ ସତ୍ୟସାଇ ଏନ୍‌କ୍ଲେଭ୍‌ ଏମ୍‌ଆଇଜି-୩ରେ ଗୋଟିଏ ଡୁପ୍ଲେକ୍ସ, ଖାରବେଳନଗର ଚନ୍ଦ୍ରମା କମ୍ପ୍ଲେକ୍ସରେ ଗୋଟିଏ ୨ ବିଏଚ୍‌କେ ଫ୍ଲାଟ୍‌ (ନଂ.ବି/୦୨), ବଡ଼ଗଡ ବଦ୍ରିପ୍ରସାଦ ଆପାର୍ଟମେଣ୍ଟରେ ଗୋଟିଏ ୨ ବିଏଚ୍‌କେ ଫ୍ଲାଟ୍‌ (ନଂ.ବି-୪୧୦), ବଲାଙ୍ଗୀର ଟିକରପଡ଼ାରେ ଗୋଟିଏ ୩ମହଲା କୋଠା, ଗୋଟିଏ ୧ମହଲା ବିଶିଷ୍ଟ କୋଠା, ସମ୍ବଲପୁର ଜିଲା ବୁର୍ଲାରେ ଏକ ଦୁଇ ମହଲା କୋଠା, ସୁବର୍ଣ୍ଣପୁରରେ ଗୋଟିଏ ଏକ ମହଲା କୋଠା, ତରଭାରେ ଗୋଟିଏ ରାଇସ୍‌ ମିଲ୍‌, ସୁବର୍ଣ୍ଣପୁରରେ ଗୋଟିଏ ଫାର୍ମ ହାଉସ ଠାବ ହୋଇଛି। ଏସବୁ ସମ୍ପତ୍ତିର ପ୍ରକୃତ ମୂଲ୍ୟ ଜାଣିବାକୁ ଭିଜିଲାନ୍ସ ଟେକ୍ନିକାଲ୍‌ ଉଇଙ୍ଗ୍‌ ପ୍ରୟାସ ଜାରି ରଖିଛି। ଏଥିସହ ବ୍ୟାଙ୍କ ଜମା ୨୨ଲକ୍ଷ, ୨୩୦ ଗ୍ରାମର ସୁନା ଅଳଙ୍କାର, ୩୧୭ ଗ୍ରାମର ରୁପା ଅଳଙ୍କାର, ୧୧.୨୫ ଲକ୍ଷ ଟଙ୍କାର ୩ଟି ଦୁଇଚକିଆ ଯାନ, ଘରୋଇ ସାମଗ୍ରୀ ଓ ନଗଦ ଟଙ୍କା ରହିଛି। ଚଢ଼ାଉ ଜାରି ରହିଥିବା ବେଳେ ରାମଚନ୍ଦ୍ରଙ୍କ ନିବେଶ (ଶେୟାର, ମ୍ୟୁଚୁଆଲ୍‌ ଫଣ୍ଡ, ଜୀବନବୀମାର ପ୍ରିମିୟମ ଜମା) ଆଦିର ସମ୍ପତ୍ତିକୁ ମଧ୍ୟ ଭିଜିଲାନ୍ସ ଠାବ କରିବାକୁ ପ୍ରୟାସ ଜାରି ରଖିଛି। ଭିଜିଲାନ୍ସ ଟିମ୍‌ ପକ୍ଷରୁ ରାମଚନ୍ଦ୍ରଙ୍କୁ ସମ୍ପତ୍ତି ସଂକ୍ରାନ୍ତରେ ଅଧିକ ପଚରାଉଚରା କରାଯାଉଛି। ଏହି ଯାଞ୍ଚ ସରିବା ପରେ ତାଙ୍କ ସମ୍ପତ୍ତିର ପରିମାଣ ଆହୁରି ବଢ଼ିପାରେ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ରାମଚନ୍ଦ୍ର ଗଣମାଧ୍ୟମକୁ କହିଛନ୍ତି, ସତ୍ୟ ପଦାକୁ ଆସିବ। ଭଗବାନ ଅଛନ୍ତି। ମୁଁ କାହାର କିଛି କ୍ଷତି କରିନାହିଁ ବୋଲି ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri