ଚକନାଳ ପୋତି ପ୍ଲଟିଂ

ପୁରୁଣା ଭୁବନେଶ୍ୱର,୧୪ା୪ (ଡି.ଏନ୍‌.ଏ.): କେନ୍ଦ୍ର ସରକାର ଚାଷୀ ଓ ଚାଷର ଉନ୍ନତି ପାଇଁ ଅନେକ ନୀତି ନିୟମ ପ୍ରଣୟନ କରୁଛନ୍ତି। ମାତ୍ର ରାଜସ୍ବ ବିଭାଗର ନିଷ୍କ୍ରିୟତା ଯୋଗୁ ଅନେକ ଚାଷ ଜମି ସହିତ ଚକନାଳ, ଚକରାସ୍ତା, କାଡ଼ାନାଳୀ ଉଭାନ ହେବାକୁ ବସିଲାଣି। ଫଳରେ ଚାଷଜମି ଏକପ୍ରକାର ନିଶ୍ଚିହ୍ନ ହେବା ସହ ସେଠାରେ କଂକ୍ରିଟ ଘର ଦ୍ୱାରା ନିର୍ମାଣ ହେଉଛି। ରାଜଧାନୀ ଉପକଣ୍ଠ ଲକ୍ଷ୍ମୀନାରାୟଣପୁର ମୌଜାରେ ଜଣେ ବିଲ୍ଡର ୩୦୦ଏକରରୁ ଊର୍ଦ୍ଧ୍ୱ ଚାଷ ଜମିର କିସମ ବଦଳାଇ ଘରବାରି କରିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏହି ଘରବାରି ପ୍ଲଟିଂ ଯୋଗୁ ଇଟିପୁର ରାଜସ୍ବ ନିରୀକ୍ଷକଙ୍କ ଅଧୀନ ବସନ୍ତପୁର ଓ ପଳାଶପୁର ଅଞ୍ଚଳରେ ଉପରୋକ୍ତ ସମାନ ଘଟଣାରୁ ଚାଷୀ ସର୍ବସ୍ବାନ୍ତ ହେବାକୁ ବସିଲେଣି। ବସନ୍ତପୁର ଶାସନ ମୌଜାର ୩୫୯ ଖାତା ଅନ୍ତର୍ଗତ ପ୍ରାୟ ଅଧିକାଂଶ ଚକନାଳ ପ୍ରଭାବଶାଳୀ ବ୍ୟକ୍ତି, ତହସିଲ କର୍ମଚାରୀ ଓ ସ୍ଥାନୀୟ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ଅସାଧୁ କର୍ମଚାରୀଙ୍କ ସହାୟତାରେ ୧୨ଫୁଟର କମ ଓସାରିଆ ଚକରାସ୍ତା ଥିବା ଚାଷଜମି କିସମ ଘରବାରି କରୁଛନ୍ତି। ସେଗୁଡ଼ିକୁ କୌଣସି ଲେଆଉଟ ଅନୁମତି ନ ନେଇ ଓରେରା ନିୟମକୁ ଅଣଦେଖା କରି ଏହି ବେଆଇନ ପ୍ଲଟିଂ କରୁଛନ୍ତି। ଏ ନେଇ ବିଭାଗ ନିକଟରେ ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଥିଲେ ମଧ୍ୟ ଅଧିକାରୀମାନେ କୌଣସି ପଦକ୍ଷେପ ନେଉ ନାହାନ୍ତି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri