ପାଣି ପାଇପ ମିସ୍ତ୍ରିଙ୍କ ଚିହ୍ନଟ ଜରୁରୀ

କେନ୍ଦ୍ରାପଡ଼ା,୨୨ା୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ ପାଣି ପାଇପ ମିସ୍ତ୍ରି ଦେଶ ବିଦେଶରେ ରହି କାମ କରୁଛନ୍ତି। ଦି ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ୍‌ କାଉନସିଲର ସର୍ଭେ ଅନୁଯାୟୀ ଦେଶରେ କାର୍ଯ୍ୟରତ ପାଣି ପାଇପ ମିସ୍ତ୍ରିଙ୍କ ମଧ୍ୟରୁ ଓଡ଼ିଆ ଭାଷାଭାଷୀ ୭୦ ଭାଗ। ଏଥିମଧ୍ୟରୁ ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସର୍ବାଧିକ ଅଛନ୍ତି। ଏହି କୁଶଳୀ କାରିଗରଙ୍କ ତଥ୍ୟ ଜିଲା ପ୍ରଶାସନ ନିକଟରେ ନାହିଁ। ଦେଶ ବିଦେଶରେ କୌଣସି ଅସୁବିଧାର ସମ୍ମୁଖୀନ ହେଲେ ଉଦ୍ଧାର ଅଥବା ସହଯୋଗ ପାଇଁ ଜିଲା ପ୍ରଶାସନ ନାଚାର ଅବସ୍ଥା ଦେଖାଉଛି। ଏମାନଙ୍କ ଡାଟାବେସ୍‌ ପ୍ରସ୍ତୁତି ସହ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ଟୋଲ ଫ୍ରି ନମ୍ବର ଦିଆଗଲେ ଜିଲାବାସୀ ଉପକୃତ ହୋଇପାରିବେ। ଏଥିପାଇଁ ଏମାନଙ୍କ ଚିହ୍ନଟ ଜରୁରୀ ବୋଲି ସାଧାରଣରେ ମତପ୍ରକାଶ ପାଇଛି।
ଏ ସମ୍ପର୍କରେ ଆଇନଜୀବୀ ବିଧୂ ଭୂଷଣ ମହାପାତ୍ର କହିଛନ୍ତି ଯେ ୧୯୪୭ ମସିହାରେ କୋଲକାତା ହାଇକୋର୍ଟରେ ଦିନେଶ ଚନ୍ଦ୍ର ଗୁହା ନାମକ ଜଣେ ବ୍ୟକ୍ତି ଏକ ମକଦ୍ଦମା ଦାଏର କରିଥିଲେ। ଏଥିରେ କୋଲକାତା ମ୍ୟୁନିସିପାଲିଟିର ଲାଇସେନ୍ସପ୍ରାପ୍ତ ପାଣି ପାଇପ ମିସ୍ତ୍ରି ନିଯୁକ୍ତ ହୋଇ ନ ଥିବା ଦର୍ଶାଇ ଓଡ଼ିଶାର ପାଣି ପାଇପ ମିସ୍ତ୍ରିଙ୍କୁ ବିରୋଧ କରିଥିଲେ। ତତ୍କାଳୀନ ସମୟରେ ପଟ୍ଟାମୁଣ୍ଡାଇର ଏହି କର୍ମକୁଶଳୀ ମିସ୍ତ୍ରିଙ୍କ ଅନୁଭବ ଆଗରେ ପାଠପଢ଼ା ଡିଗ୍ରୀଧାରୀ ହାର ମାନିଥିଲେ। ବାସ୍ତବରେ ୧୯୩୦ ମସିହାରେ କେତେଜଣ ଯୁବକ ବ୍ରିଟିଶ କମ୍ପାନୀରେ ରହି କାର୍ଯ୍ୟ କରୁଥିଲେ। ଦେଶ ବିଭାଜନ ପରେ ଏହି କମ୍ପାନୀରେ ଥିବା ମୁସଲମାନ ସମ୍ପ୍ରଦାୟ ଲୋକ ପୂର୍ବ ପାକିସ୍ତାନକୁ ପଳାଇ ଯିବା ପରେ କୋଲକାତାରେ ଓଡ଼ିଆ ମିସ୍ତ୍ରିଙ୍କ ଆଧିପତ୍ୟ ବଢ଼ିଥିଲା। ଏପରିକି ୧୯୭୦ ମସିହାରୁ ଅଦ୍ୟାବଧି ଜିଲାର ପାଣି ପାଇପ କୁଶଳୀ କାରିଗର ଆରବ, କୁଏଟ୍‌ ଆଦି ଦେଶରେ ସର୍ବାଧିକ ଗ୍ରହଣୀୟ ହୋଇଛନ୍ତି। ୨୦୧୦ ମସିହାରୁ ପଟ୍ଟାମୁଣ୍ଡାଇଠାରେ ଷ୍ଟେଟ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ ପ୍ଲମ୍ବିଂ ଟେକ୍ନୋଲୋଜି (ଏସ୍‌ଆଇପିଟି) ଆରମ୍ଭ ପରେ କୁଶଳୀ ପାଣିପାଇପ ମିସ୍ତ୍ରିଙ୍କ ସଂଖ୍ୟା ଅଧିକ ହୋଇଛି ବୋଲି ସେ ପ୍ରକାଶ କରିଛନ୍ତି। ଜିଲାର ଏକ ବେସରକାରୀ ସଂସ୍ଥାର ଆକଳନ ଅନୁଯାୟୀ, ୨୦୧୧ ଜନଗଣନା ଅନୁସାରେ ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ସହିତ ଆଳି, ରାଜନଗର, ରାଜକନିକା ଓ ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ୫,୩୬,୦୨୬ ଜଣଙ୍କ ମଧ୍ୟରୁ ୫୧ ପ୍ରତିଶତ ଜିଲା ବାହାରେ କାର୍ଯ୍ୟରତ ଅଛନ୍ତି।
ଏମାନଙ୍କ ମଧ୍ୟରୁ ୬୭ ଭାଗ ପାଣି ପାଇପ ମିସ୍ତ୍ରି ଭାବେ କାର୍ଯ୍ୟ କରୁଛନ୍ତି। ତେବେ ଏହି କୁଶଳୀ ଶ୍ରମିକଙ୍କ ଡାଟାବେସ୍‌ ନ ଥିବାରୁ ସରକାରୀ ପ୍ରୋତ୍ସାହନ ମିଳିପାରୁନାହିଁ। ପଟ୍ଟାମୁଣ୍ଡାଇର ନରେନ୍ଦ୍ର ରାଉତ କହିଛନ୍ତି, ଏଠାକାର କୁଶଳୀ କାରିଗରମାନେ ଦେଶ ବିଦେଶରେ ମଧ୍ୟସ୍ଥ, ଠିକାଦାର, ବିଲ୍‌ଡରଙ୍କ ଜରିଆରେ ପାଣି ପାଇପ କାର୍ଯ୍ୟରେ ନିୟୋଜିତ ହୋଇଥାନ୍ତି। ବହୁ ସମୟରେ ଏହି ଶ୍ରମିକଙ୍କ ନିର୍ଯାତନା ଖବର ଆସିଥାଏ। ସେହିପରି ଭିଜା, ପାସ୍‌ପୋର୍ଟ ଆଦି ସମସ୍ୟା ରହିଛି। ଏହି ସମୟରେ ପ୍ରଶାସନ ପକ୍ଷରୁ ସାହାଯ୍ୟର ଆବଶ୍ୟକତା ଥିବାବେଳେ ପରିଚୟ ଓ କାର୍ଯ୍ୟସ୍ଥଳର ତଥ୍ୟ ଅଭାବରୁ ଯୋଗାଯୋଗ ସମ୍ଭବ ହେଉନାହିଁ। ଏଥିସହ ଶ୍ରମ ବିଭାଗ ପକ୍ଷରୁ ଡାଟାବେସ୍‌ ପ୍ରସ୍ତୁତ କରାଯାଇ ଏକ ଟୋଲ ଫ୍ରି ନମ୍ବର ଦିଆଗଲେ ଜିଲା ବାହାରେ ରହୁଥିବା ଶ୍ରମିକଙ୍କ ସମସ୍ୟା କିଛି ଲାଘବ ହୋଇପାରିବ। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ୨୦୧୯ ମସିହାରେ ଡାଟାବେସ୍‌ ପ୍ରସ୍ତୁତି ପାଇଁ ପଦକ୍ଷେପ ନିଆଯାଇଛି। ପାଣିପାଇପ ମିସ୍ତ୍ରି ଅଥବା ଶ୍ରମିକ ଜିଲା ବାହାରକୁ ଯାଉଥିବା ସମୟରେ ଶ୍ରମ ବିଭାଗ କାର୍ଯ୍ୟାଳୟରେ ନିଜର ନାମ ପଞ୍ଜୀକୃତ କରାଇବା ବ୍ୟବସ୍ଥା ହୋଇଛି। ଏଥିସହ ପଟ୍ଟାମୁଣ୍ଡାଇ ବ୍ଲକ ଚାହାପଡ଼ାସ୍ଥିତ ଏସ୍‌ଆଇପିଟିରୁ ପୁରାତନ ଓ ନୂତନ ଶିକ୍ଷାର୍ଥୀଙ୍କ ପରିଚୟ ମଗା ଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?