ଆଜି ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ଫଳ ଘୋଷଣା କରାଯିବ ବୋଲି ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି। ଏଥିସହ ପରିଷଦ ଓ୍ବେବ୍‌ସାଇଟ୍‌ରେ ମଧ୍ୟ ପରୀକ୍ଷାଫଳ ଉପଲବ୍ଧ ହେବ। https://chseodisha.nic.in/ରୁ ଛାତ୍ରୀଛାତ୍ର ସେମାନଙ୍କ ମାର୍କ ଜାଣିପାରିବେ। ସୂଚନାଥାଉ କି, ୨୦୨୨-୨୩ ଶିକ୍ଷାବର୍ଷର ଯୁକ୍ତ ୨ ପରୀକ୍ଷା ଗତ ମାର୍ଚ୍ଚ ୧ରୁ ଏପ୍ରିଲ ୫ ଯାଏ ଚାଲିଥିଲା। ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେବା ଲାଗି ୩ ଲକ୍ଷ ୫୭ହଜାର ୯୪୨ଜଣ ରେଗୁଲାର ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ। କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୩୩ ହଜାର ୮୫୫ଜଣ ରହିଥିଲେ। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୫,୮୬୨ଜଣ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ନାମ ପଞ୍ଜୀକରଣ କରିଥିଲେ। ଚଳିତ ବର୍ଷ ୨ଟି ପର୍ଯ୍ୟାୟରେ ଯୁକ୍ତ ୨ ଖାତାଦେଖା ଆରମ୍ଭ ହୋଇଥିଲା। ଏପ୍ରିଲ ୧୦ରୁ ଆରମ୍ଭ ହୋଇ ମେ’ ୫ ତାରିଖ ଯାଏ ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ରେ ଖାତା ମୂଲ୍ୟାୟନ କରାଯାଇଥିଲା। ମେ ୩୧ରେ ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri