ଯୁକ୍ତ ୨ ପାଠ୍ୟକ୍ରମ ୩୦ ପ୍ରତିଶତ ହ୍ରାସ

ଭୁବନେଶ୍ୱର,୨୭ା୮(ବ୍ୟୁରୋ):କରୋନା ମହାମାରୀ ଯୋଗୁ ଶିକ୍ଷା ବ୍ୟବସ୍ଥା ଗୁରୁତର ଭାବେ ପ୍ରଭାବିତ ହୋଇଛି। ତେଣୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଯୁକ୍ତ ୨ ପାଠ୍ୟକ୍ରମ (ସିଲାବସ୍‌)ରେ ୩୦ ପ୍ରତିଶତ ହ୍ରାସ କରାଯିବ। ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀର ପିଲାମାନେ ୭୦ ପ୍ରତିଶତ ସିଲାବସ୍‌ର ପାଠ ପଢ଼ିବେ। ଗୁରୁବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାଉନସିଲ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ସିଏଚ୍‌ଏସ୍‌ଇ ନିଷ୍ପତ୍ତି ଅନୁଯାୟୀ, ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ପାଇଁ ଇଣ୍ଟରନାଲ ପରୀକ୍ଷା ବ୍ୟବସ୍ଥା ଲାଗୁ ହେବ। ଯୁକ୍ତ ୨ ଛାତ୍ରୀଛାତ୍ରମାନେ ୨ ବର୍ଷରେ ୮ଟା ପରୀକ୍ଷା ଦେବେ। ଏକାଦଶ ଶ୍ରେଣୀରେ ୩ଟି ଇଣ୍ଟରନାଲ ଓ ଗୋଟିଏ ବାର୍ଷିକ ପରୀକ୍ଷା ହେବ। ଏହି ପରୀକ୍ଷାକୁ କଲେଜ କର୍ତ୍ତୃପକ୍ଷ ପରିଚାଳନା କରିବେ। ସେହିଭଳି ଦ୍ୱାଦଶ ଶ୍ରେଣୀ ପାଇଁ ୩ଟି ଇଣ୍ଟରନାଲ ଓ ଗୋଟିଏ ବାର୍ଷିକ ପରୀକ୍ଷା ହେବ। ଶେଷ ପରୀକ୍ଷାକୁ ସିଏଚ୍‌ଏସ୍‌ଇ ପରିଚାଳନା କରିବ। ପ୍ରଥମ ଇଣ୍ଟରନାଲ ପରୀକ୍ଷାରେ ପଡ଼ିଥିବା ପ୍ରଶ୍ନ ଦ୍ୱିତୀୟ ଇଣ୍ଟରନାଲରେ ପଡ଼ିବ ନାହିଁ। ପ୍ରତି କ୍ୱାର୍ଟରରେ ୩୦ ନମ୍ବର ବିଶିଷ୍ଟ ଇଣ୍ଟରନାଲ ପରୀକ୍ଷା କରାଯିବ। ୩୦ ନମ୍ବରରୁ ୨୦ ନମ୍ବର ଥିଓରି ଓ ୧୦ ନମ୍ବର ପ୍ରାକ୍ଟିକାଲ୍‌ ହେବ। ସମସ୍ତ ଇଣ୍ଟରନାଲ ପରୀକ୍ଷା ସମ୍ପୃକ୍ତ କଲେଜ ପରିଚାଳନା କରିବ। ପ୍ରଥମ ବର୍ଷ ଶେଷରେ ଓ ୨ୟ ବର୍ଷ ଶେଷରେ ବାର୍ଷିକ ପରୀକ୍ଷା କରାଯିବ। ମହାମାରୀ ସ୍ଥିତି ନ ଉପୁଜିଲେ ବାର୍ଷିକ ପରୀକ୍ଷା ଆଧାରରେ ପରୀକ୍ଷା ଫଳ ପ୍ରକାଶ ପାଇବ। ମହାମାରୀ ପାଇଁ ପରୀକ୍ଷା ବନ୍ଦ ହେଲେ ଟର୍ମ ପରୀକ୍ଷା ଭିତ୍ତିରେ ଫଳ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଉପାଧ୍ୟକ୍ଷ ତୁଷାରକାନ୍ତି ତ୍ରିପାଠୀ ଏ ନେଇ ସୂଚନା ଦେଇଛନ୍ତି। ବର୍ଷ ଆରମ୍ଭରୁ ପାଠପଢ଼ା ପ୍ରତି ଛାତ୍ରୀଛାତ୍ରଙ୍କୁ ଗୁରୁତ୍ୱ ଦେବାକୁ ହେବ। ଟର୍ମ ପରୀକ୍ଷାକୁ ହାଲୁକା ଭାବେ ନ ନେବାକୁ ଛାତ୍ରୀଛାତ୍ରମାନଙ୍କୁ ପରାମର୍ଶ ଦିଆଯାଇଛି। କୌଣସି କାରଣରୁ ପରୀକ୍ଷା ନ ହେଲେ ଟର୍ମ ପରୀକ୍ଷାଗୁଡ଼ିକର ମାର୍କ ଆଧାରରେ ପରୀକ୍ଷାଫଳ ପ୍ରକାଶ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri