ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପ୍ରାୟ ଏକା ସମୟରେ ଚାଲିବ। ତେବେ ପ୍ରଥମ ଦିନ ବିଜ୍ଞାନ ବିଦ୍ୟାର୍ଥୀମାନେ ଏବଂ ବୁଧବାର କଳା ଓ ବାଣିଜ୍ୟ ବିଦ୍ୟାର୍ଥୀମାନେ ମାତୃଭାଷା(ଓଡ଼ିଆ)ରେ ପରୀକ୍ଷା ଦେବେ। ସକାଳ ୮ଟା ୩୦ରେ କଡାସୁରକ୍ଷା ଭିତରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ।

ସକାଳ ୯ଟା ୩୦ରେ ଅବଜର୍‌ଭର, ସୁପରିଣ୍ଟେଣ୍ଡେଣ୍ଟ ଏବଂ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ଉପସ୍ଥିତିରେ ପ୍ରଶ୍ନପତ୍ର ଖୋଲାଯିବ। ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ଦାୟିତ୍ୱରେ ସିଲ୍‌ ପ୍ରଶ୍ନପତ୍ରଗୁଡିକ ପରୀକ୍ଷା ରୁମ୍‌ରେ ପହଞ୍ଚାଯିବ। ଛାତ୍ରୀଛାତ୍ର ସକାଳ ୯ଟା ୩୦ରେ ପରୀକ୍ଷା କକ୍ଷକୁ ପ୍ରବେଶ କରିବେ ଓ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ୧ ପର୍ଯ୍ୟନ୍ତ ଚାଲିବ। ତେବେ ପରୀକ୍ଷାକୁ ସ୍ବଚ୍ଛ, ସୃଙ୍ଖଳିତ ତଥା ସୁରକ୍ଷି କରିବାକୁ ପରିଷଦ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିପାଇଁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା କରାଯାଇଛି। ପରିଷଦ ପକ୍ଷରୁ ଅନ୍‌ଲାଇନ ମାଧ୍ୟମରେ ପୂରା ପ୍ରକ୍ରିୟା ଉପରେ ନଜର ରଖାଯାଇଛି। କଲେଜସ୍ତରରେ ପରୀକ୍ଷା ପରିଚାଳନା ପାଇଁ ସ୍କ୍ବାଡ୍‌ ବ୍ୟବସ୍ଥା କରାଯାଇଥିବାବେଳେ ପରିଷଦ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଥିବା ସୂଚନା ଦିଆଯାଇଛି।

ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଚାଲିବାକୁ ଥିବା ଯୁକ୍ତ୨ ପରୀକ୍ଷା ପାଇଁ ଚଳିତ ବର୍ଷ ୧୨୭୬ଟି କେନ୍ଦ୍ର କରାଯାଇଛି। ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ମିଶାଇ ମୋଟ ୩ଲକ୍ଷ ୯୩ ହଜାର ୬୧୮ଜଣ ପିଲା ଫର୍ମ ପୂରଣ କରିଛନ୍ତି। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧ଜଣ, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର ୯୮୦ଜଣ, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୭୨୧ଜଣ ପିଲା ରହିଛନ୍ତି। ପରୀକ୍ଷା ସୁପରିଚାଳନା ପାଇଁ ପ୍ରଶ୍ନପତ୍ରକୁ ସୁରକ୍ଷିତ ଭାବେ ପହଞ୍ଚାଇବାକୁ ପରିଷଦ ପ୍ରାଥମିକତା ଦେଇଛି। ଏଥିପାଇଁ ୨୦୫ଟି ପରୀକ୍ଷା ପରିଚାଳନା ହବ୍‌ କରାଯାଇଛି। ପରୀକ୍ଷା ସରିବା ମାତ୍ରେ ଖାତାଦେଖା ଆରମ୍ଭ ହେବ। ଅନ୍‌ଲାଇନ ମୂଲ୍ୟାୟନକୁ ଗୁରୁତ୍ୱ ଦିଆଯାଉଛି। ବିଶେଷକରି କଳା ବିଭାଗର ଓଡ଼ିଆ ଓ ଇଂଲିଶ ବିଷୟର ଖାତାଦେଖା ବହୁ ବିଳମ୍ବ ହୋଇଥାଏ। ତେଣୁ ପ୍ରଥମଥର ପାଇଁ ଅନ୍‌ଲାଇନ ମୂଲ୍ୟାୟନ କରାଯିବ। ପୂର୍ବରୁ ୨୭ଟି ଅନ୍‌ଲାଇନ ମୂଲ୍ୟାଙ୍କନ କେନ୍ଦ୍ରରେ ଖାତାଦେଖା ହେଉଥିବା ବେଳେ ଏହାକୁ ୬୩କୁ ବଢ଼ାଯାଇଛି। କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଏକାବେଳେ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri