ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପ୍ରାୟ ଏକା ସମୟରେ ଚାଲିବ। ତେବେ ପ୍ରଥମ ଦିନ ବିଜ୍ଞାନ ବିଦ୍ୟାର୍ଥୀମାନେ ଏବଂ ବୁଧବାର କଳା ଓ ବାଣିଜ୍ୟ ବିଦ୍ୟାର୍ଥୀମାନେ ମାତୃଭାଷା(ଓଡ଼ିଆ)ରେ ପରୀକ୍ଷା ଦେବେ। ସକାଳ ୮ଟା ୩୦ରେ କଡାସୁରକ୍ଷା ଭିତରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ।

ସକାଳ ୯ଟା ୩୦ରେ ଅବଜର୍‌ଭର, ସୁପରିଣ୍ଟେଣ୍ଡେଣ୍ଟ ଏବଂ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ଉପସ୍ଥିତିରେ ପ୍ରଶ୍ନପତ୍ର ଖୋଲାଯିବ। ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ଦାୟିତ୍ୱରେ ସିଲ୍‌ ପ୍ରଶ୍ନପତ୍ରଗୁଡିକ ପରୀକ୍ଷା ରୁମ୍‌ରେ ପହଞ୍ଚାଯିବ। ଛାତ୍ରୀଛାତ୍ର ସକାଳ ୯ଟା ୩୦ରେ ପରୀକ୍ଷା କକ୍ଷକୁ ପ୍ରବେଶ କରିବେ ଓ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ୧ ପର୍ଯ୍ୟନ୍ତ ଚାଲିବ। ତେବେ ପରୀକ୍ଷାକୁ ସ୍ବଚ୍ଛ, ସୃଙ୍ଖଳିତ ତଥା ସୁରକ୍ଷି କରିବାକୁ ପରିଷଦ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିପାଇଁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା କରାଯାଇଛି। ପରିଷଦ ପକ୍ଷରୁ ଅନ୍‌ଲାଇନ ମାଧ୍ୟମରେ ପୂରା ପ୍ରକ୍ରିୟା ଉପରେ ନଜର ରଖାଯାଇଛି। କଲେଜସ୍ତରରେ ପରୀକ୍ଷା ପରିଚାଳନା ପାଇଁ ସ୍କ୍ବାଡ୍‌ ବ୍ୟବସ୍ଥା କରାଯାଇଥିବାବେଳେ ପରିଷଦ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଥିବା ସୂଚନା ଦିଆଯାଇଛି।

ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଚାଲିବାକୁ ଥିବା ଯୁକ୍ତ୨ ପରୀକ୍ଷା ପାଇଁ ଚଳିତ ବର୍ଷ ୧୨୭୬ଟି କେନ୍ଦ୍ର କରାଯାଇଛି। ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ମିଶାଇ ମୋଟ ୩ଲକ୍ଷ ୯୩ ହଜାର ୬୧୮ଜଣ ପିଲା ଫର୍ମ ପୂରଣ କରିଛନ୍ତି। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧ଜଣ, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର ୯୮୦ଜଣ, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୭୨୧ଜଣ ପିଲା ରହିଛନ୍ତି। ପରୀକ୍ଷା ସୁପରିଚାଳନା ପାଇଁ ପ୍ରଶ୍ନପତ୍ରକୁ ସୁରକ୍ଷିତ ଭାବେ ପହଞ୍ଚାଇବାକୁ ପରିଷଦ ପ୍ରାଥମିକତା ଦେଇଛି। ଏଥିପାଇଁ ୨୦୫ଟି ପରୀକ୍ଷା ପରିଚାଳନା ହବ୍‌ କରାଯାଇଛି। ପରୀକ୍ଷା ସରିବା ମାତ୍ରେ ଖାତାଦେଖା ଆରମ୍ଭ ହେବ। ଅନ୍‌ଲାଇନ ମୂଲ୍ୟାୟନକୁ ଗୁରୁତ୍ୱ ଦିଆଯାଉଛି। ବିଶେଷକରି କଳା ବିଭାଗର ଓଡ଼ିଆ ଓ ଇଂଲିଶ ବିଷୟର ଖାତାଦେଖା ବହୁ ବିଳମ୍ବ ହୋଇଥାଏ। ତେଣୁ ପ୍ରଥମଥର ପାଇଁ ଅନ୍‌ଲାଇନ ମୂଲ୍ୟାୟନ କରାଯିବ। ପୂର୍ବରୁ ୨୭ଟି ଅନ୍‌ଲାଇନ ମୂଲ୍ୟାଙ୍କନ କେନ୍ଦ୍ରରେ ଖାତାଦେଖା ହେଉଥିବା ବେଳେ ଏହାକୁ ୬୩କୁ ବଢ଼ାଯାଇଛି। କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଏକାବେଳେ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କର୍ମୀଙ୍କ ଦାବିକୁ ଅଣଦେଖା, ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନର ଦାବି ସମୂହ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅଙ୍ଗନୱାଡି...

ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼, ୧୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଥୁଆଙ୍ଗପଦର ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ସମ୍ପନ୍ନ...

ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା

ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ...

ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଘୁମୁସର ବନଖଣ୍ଡ ସମ୍ବର୍ଦ୍ଧିତ: ଦକ୍ଷିଣ ବନଖଣ୍ଡର ୧୬, ଉତ୍ତର ବନଖଣ୍ଡର ୭ ସମ୍ବର୍ଦ୍ଧିତ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ)- ପୁରୀ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ଗଞ୍ଜାମ ଜିଲା ଭଞ୍ଜନଗର ଦକ୍ଷୀଣ ଘୁମୁସର ବନଖଣ୍ଡର ୧୬ ଜଣ ଏବଂ ଉତ୍ତର ଘୁମୁସର ବନଖଣ୍ଡର ୭...

ଦୁର୍ଘଟଣାରେ ଆଖି ବୁଜିଲେ ୨ ଯୁବକ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ )- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର(୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ...

ଖବର ପ୍ରକାଶ ପରେ ମରାମତି ହେଲା ପ୍ରକଳ୍ପ, ଧନ୍ୟବାଦ ଜଣାଇଲେ ଗ୍ରାମବାସୀ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ନଦୀ ପଡାରେ ୧୦ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ଏଠାରେ ଥିବା ଏକମାତ୍ର...

ଅଜା, ଆଈ ଭରସାରେ ଭିନ୍ନକ୍ଷମ ଜଗଦୀଶ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମା’ବାପା ମାନସିକ ରୋଗାକ୍ରାନ୍ତ ହୋଇଥିବାବେଳେ ସେମାନଙ୍କର ୫ ବର୍ଷର ଭିନ୍ନକ୍ଷମ ଶିଶୁପୁତ୍ର ଅଜା, ଆଈଙ୍କ ଭରସାରେ ଜୀବନ ବିତାଉଛନ୍ତି। ଏଭଳି...

ଲେଙ୍ଗୁମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୌର ପରିଷଦର ନୋଟିସ୍ -ଏଥର ଉଚ୍ଛେଦ ହେବ ତ !

ବରଗଡ, ୧୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ମସିହାରୁ ଦାବି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri