ମାର୍ଚ୍ଚରେ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷା ମାର୍ଚ୍ଚ ମାସରୁ ଆରମ୍ଭ ହେବ। ଥିଓରୀ ପରୀକ୍ଷା ମାର୍ଚ୍ଚ ୧୫ରୁ ଆରମ୍ଭ ହେବାକୁ ଥିବାବେଳେ ପ୍ରାକ୍ଟିକାଲ ପରୀକ୍ଷା ଫେବୃଆରୀ ୨୨ ତଥା ଶେଷ ସପ୍ତାହରୁ ଆରମ୍ଭ ହେବ ବୋଲି ଜଣାପଡ଼ିଛି। ତେବେ ଚଳିତବର୍ଷର ପ୍ରାକ୍ଟିକାଲ ପରୀକ୍ଷା ଲାଗି ଚୂଡ଼ାନ୍ତ ପ୍ରଶ୍ନପତ୍ର ପହଞ୍ଚତ୍ଥିବାବେଳେ ଥିଓରୀ ପ୍ରଶ୍ନପତ୍ର ସମୀକ୍ଷା କରାଯିବା ପରେ ଚୂଡ଼ାନ୍ତ ପ୍ରିଣ୍ଟ ଲାଗି ହାଇଦ୍ରାବାଦ ପଠାଯାଇଛି। ଚଳିତବର୍ଷ ରାଜ୍ୟର ୨ ହଜାରରୁ ଅଧିକ ଜୁନିୟର କଲେଜରେ ପ୍ରାୟ ସାଢ଼େ ୪ ଲକ୍ଷ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଏଥିପାଇଁ ଆପାତତଃ ୧୧୭୦ ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଥିବାବେଳେ ପ୍ରଶ୍ନପତ୍ର ରଖିବା ଲାଗି ୬୫ରୁ ଅଧିକ ହବ୍‌ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଗତବର୍ଷ ଯୁକ୍ତ୨ ପରୀକ୍ଷା ବାତିଲ କରାଯାଇ ବିକଳ୍ପ ବ୍ୟବସ୍ଥାରେ ମାର୍କିଂ କରାଯାଇଥିଲା। ମାତ୍ର ଚଳିତବର୍ଷ ନିଶ୍ଚିତ ଭାବେ ପରୀକ୍ଷା କରାଯିବା ନେଇ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ତେବେ ପରୀକ୍ଷା ପରିଚାଳନା, ମୂଲ୍ୟାଙ୍କନ, ଫଳ ପ୍ରକାଶରେ ସର୍ବାଧିକ ସ୍ବଚ୍ଛତା ଆଣିବା ଲାଗି ଗଣଶିକ୍ଷା ମନ୍ତ୍ରୀ ଏବଂ ସଚିବ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପରୀକ୍ଷା କାର୍ଯ୍ୟସୂଚୀ ସମ୍ପର୍କରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୌଣସି ସୂଚନା ଦିଆଯାଇ ନ ଥିବାବେଳେ ଖୁବଶୀଘ୍ର କାର୍ଯ୍ୟସୂଚୀ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ବିଭାଗର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri