ଯୁକ୍ତ୨ ପରୀକ୍ଷା ପଦ୍ଧତି ବଦଳିବ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମାଟ୍ରିକ ଭଳି ଯୁକ୍ତ୨ ପରୀକ୍ଷା ପଦ୍ଧତିରେ ବି ପରିବର୍ତ୍ତନ ଅଣାଯିବ। ବର୍ଷକୁ ଦୁଇଟି ବୋର୍ଡ ପରୀକ୍ଷା ହେବ। ଏଥିସହ ଇଣ୍ଟରନାଲ୍‌ ଆସେସମେଣ୍ଟ ହେବ। ସ୍ବଚ୍ଛତା ଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରୀକ୍ଷାକୁ ପୂରା ମନିଟର କରିବ। ପ୍ରଥମ ବର୍ଷ ପରୀକ୍ଷାର ରେକର୍ଡ ବି ରହିବ। ପ୍ରତି ପରୀକ୍ଷା ପରେ ପରିଷଦ ପୋର୍ଟାଲରେ ମାର୍କକୁ ଅପଲୋଡ୍‌ କରାଯିବ। କଲେଜ ପିଲାଙ୍କ ପରୀକ୍ଷା ପ୍ରଦର୍ଶନ ଡାଟାକୁ ରେକର୍ଡ କରି ରଖାଯିବ। ଚଳିତବର୍ଷ କରୋନା ପାଇଁ ଯୁକ୍ତ୨ ମୂଲ୍ୟାୟନ ଅଧିକ ପ୍ରଭାବିତ ହେବାପରେ ଗଣଶିକ୍ଷା ବିଭାଗ ଏଭଳି ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ଖୁବଶୀଘ୍ର ଏହାର ରୂପରେଖ ପ୍ରସ୍ତୁତ କରି ସିଏଚ୍‌ଏସ୍‌ଇ ବିଜ୍ଞପ୍ତି ପ୍ରକାଶ କରିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ବି ଏ ଦିଗରେ କାର୍ଯ୍ୟ ଆରମ୍ଭ କରିଛି। ଭବିଷ୍ୟତରେ ମହାମାରୀ ଯୋଗୁ ପରୀକ୍ଷା ବାତିଲ ହେଲେ ବି କଲେଜ ଏବଂ ପରିଷଦ ପାଖରେ ପିଲାଙ୍କ ପ୍ରଦର୍ଶନର ତଥ୍ୟ ରହିବ ଆଉ ସିବିଏସ୍‌ଇ ଭଳି ପିଲାଙ୍କୁ ଆସେସ୍‌ କରିବା ବି ସହଜ ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ଚଳିତବର୍ଷ କରୋନା ଯୋଗୁ ଯୁକ୍ତ୨ ପରୀକ୍ଷା ବାତିଲ କରାଯାଇ ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ ହୋଇଛି। ତେବେ ଯୁକ୍ତ୨ରେ ଦ୍ୱିତୀୟ ବର୍ଷ କେବଳ ବୋର୍ଡ ପରୀକ୍ଷା ଛଡ଼ା ପ୍ରଥମ ବର୍ଷ କୌଣସି ପରୀକ୍ଷା ହେଉ ନ ଥିଲା। ଇଣ୍ଟରନାଲ୍‌ ପରୀକ୍ଷା ବି ଦୁଇ ବର୍ଷ ଭିତରେ ହୁଏନାହିଁ। ତେବେ ଗତବର୍ଷ ଯୁକ୍ତ୨ ପ୍ରଥମ ବର୍ଷ ପରୀକ୍ଷା ବାଧ୍ୟତାମୂଳକ କରିବାକୁ ସରକାର ନିଷ୍ପତ୍ତି ନେଇଥିଲେ। କିନ୍ତୁ ଛାତ୍ର ଆନ୍ଦୋଳନ ଦେଖାଦେବାରୁ ପରିଷଦ ଏହି ନିଷ୍ପତ୍ତିରୁ ଓହରି ଯାଇଥିଲା। ଫଳରେ ଏବର୍ଷ ଛାତ୍ରୀଛାତ୍ର ଅସୁବିଧାର ସମ୍ମୁଖୀନ ହେଲେ। ମାଟ୍ରିକ ପରୀକ୍ଷା ଆଧାରରେ ଯୁକ୍ତ୨ର ମୂଲ୍ୟାୟନ ହୋଇଥିବାରୁ ସ୍ବଚ୍ଛତାକୁ ନେଇ ମଧ୍ୟ ଅଭିଯୋଗ ଉଠିଥିଲା। ତେଣୁ ଛାତ୍ରୀଛାତ୍ରଙ୍କ ଦକ୍ଷତା ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ବିଭାଗ ଏବେ ଏହି ପରୀକ୍ଷା ସଂସ୍କାର ଆଣୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri