ଏପ୍ରିଲ ୨୮ରୁ ଅଫ୍‌ଲାଇନ୍‌ରେ ହେବ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆସନ୍ତା ଏପ୍ରିଲ ୨୮ରୁ ରାଜ୍ୟରେ ଅଫଲାଇନ୍‌ ମୋଡ୍‌ରେ ଦ୍ୱାଦଶ(ଯୁକ୍ତ ୨) ପରୀକ୍ଷା ଆରମ୍ଭ ହେବ। ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି। ଦୈନିକ ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ। ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥାରେ କୋହଳ କରାଯାଇଥିବା ବେଳେ ନିଜ ଶିକ୍ଷକମାନଙ୍କ ଦ୍ୱାରା ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା କରାଯିବ ବୋଲି ଗୁରୁବାର ସିଏଚ୍‌ଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଏହାଛଡ଼ା ଛାତ୍ରଛାତ୍ରୀଙ୍କ ପରୀକ୍ଷା ମୂଲ୍ୟାଙ୍କନ ନେଇ ଦୁଇଟି ପଦ୍ଧତି କରାଯାଇଛି। ପ୍ରଥମଟିରେ ବାର୍ଷିକ ପରୀକ୍ଷାରେ ହୋଇଥିବା ପ୍ରଦର୍ଶନ ଭିତ୍ତିରେ ମାର୍କ ଦିଆଯିବ। ଦ୍ୱିତୀୟଟିରେ ବାର୍ଷିକ ପରୀକ୍ଷାରୁ ୮୦% ଓ କ୍ୱାର୍ଟର ଶେଷରେ ୨୦% ମାର୍କ ମିଳିବ। ଉଭୟ ମୂଲ୍ୟାୟନ ପଦ୍ଧତିରୁ ଯେଉଁଟିରେ ସର୍ବାଧିକ ରହିବ, ସେଇଟି ଚୂଡ଼ାନ୍ତ ହେବ ବୋଲି ଜଣାପଡ଼ିଛି । ତେବେ ଚଳିତ ବର୍ଷ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ଦ୍ୱାଦଶ ପରୀକ୍ଷା ଦେବେ । ମହାମାରୀ ପରେ ଏଥର ପ୍ରଥମ ଥର ଲାଗି ଅଫ୍‌ଲାଇନ୍‌ରେ ପରୀକ୍ଷା ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri