କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି ଛାତ୍ରୀଛାତ୍ର। ତ୍ରିସ୍ତରୀୟ ସୁରକ୍ଷା ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଯାଞ୍ଚ କରି ପରୀକ୍ଷା ହଲ୍‌କୁ ଛଡ଼ାଯାଇଥିବା ବେଳେ ଏଥିସହ ବିଭିନ୍ନ ହବ୍‌ କେନ୍ଦ୍ରରୁ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ସକାଳୁ ୭.୩୦ ମିନିଟ୍‌ ମଧ୍ୟରେ କଡ଼ା ସୁରକ୍ଷା ମଧ୍ୟରେ ପଠାଯାଇଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏବଂ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ହୋଇଥିବା ହବ୍‌ କେନ୍ଦ୍ରରୁ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିଛି। କପିକୁ ରୋକିବା ପାଇଁ କଡ଼ା ନିୟମ ହୋଇଛି। ତେଣୁ ପରୀକ୍ଷା କିଭଳି ଶାନ୍ତି ଶୃଙ୍ଖଳାର ସହ ହୋଇପାରିବ ସେଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି। ମାର୍ଚ୍ଚ ୨୮ରେ ପରୀକ୍ଷା ସରିବ। ଶେଷଦିନ ଗୃହ ବିଜ୍ଞାନ ପରୀକ୍ଷା ହେବ। ୨୩ ଦିନ ବିଭିନ୍ନ ପରୀକ୍ଷା ହେବ। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅଧ୍ୟକ୍ଷ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ହବ ସୁପରଭାଇଜର ପ୍ରାଧ୍ୟାପକ ହର ପ୍ରସାଦ ଶତପଥୀ, ପ୍ରଶାସନିକ ଅଧିକାରୀ ବିଭାସ ଦାସ, ଡେପୁଟୀ ସୁପର ଭାଇଜର ସନାତନ ବେହେରା, ଅଧ୍ୟାପକ ପ୍ରତ୍ୟୁଷ କାର୍ଜୀ, ବୁଧେଶ୍ୱର ଗୋପାଳଗୋତ୍ର, ସହକାରୀ କର୍ମଚାରୀ ତପନ ବେହେରା, ବିନାୟକ ପ୍ରଧାନ, ବାଘା ଜେନା ପ୍ରମୁଖ ପରୀକ୍ଷା କିଭଳି ଶାନ୍ତି ଶୃଙ୍ଖଳାର ସହ ହେବ ସେଥିପାଇଁ ପଦକ୍ଷେପ ନେଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

ଆଇଆଇଟି-ଜେଇଇ ମେନ୍‌ ପରୀକ୍ଷା: ବରଗଡ଼ କ୍ରୀଷ୍ଣା ବିକାଶର ସଫଳତା

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆଇଆଇଟି-ଜେଇଇ(ମେନ୍‌) ପ୍ରଥମ ପର୍ଯ୍ୟାୟ ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ର ଛାତ୍ରୀଛାତ୍ର ଉଲ୍ଲେଖନୀୟ…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ

ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri