ଶେଷ ସପ୍ତାହରେ ଯୁକ୍ତ୨ ପରୀକ୍ଷାଫଳ

ଭୁବନେଶ୍ୱର, ୫।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳ ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ପାଇବ। ଏ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଗତ ଦୁଇବର୍ଷ ହେବ କରୋନା ଯୋଗୁ ପରୀକ୍ଷା ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇ ଫଳ ପ୍ରକାଶ କରାଯାଇଥିଲା। କରୋନା ସଂକ୍ରମଣ କମିବା ପରେ ଚଳିତବର୍ଷ ଅଫ୍‌ଲାଇନରେ ଯୁକ୍ତ୨ ପରୀକ୍ଷା କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଗତ ଏପ୍ରିଲ ୨୮ରେ ପରୀକ୍ଷା ଆରମ୍ଭ ହୋଇଥିଲା। ମୋଟ ୩ ଲକ୍ଷ ୨୧ ହଜାର ୫୦୮ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୭ଜଣ ଓ ବାଣିଜ୍ୟରେ ୨୪ ହଜାର ୧୩୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲାବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଏଥିପାଇଁ ମୋଟ ୧ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ଏବଂ ୨୦୨ଟି ପରିଚାଳନା ହବ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri