ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ: ପାସ୍‌ ହାର ୭୦.୨୧%

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ୭୦.୨୧% ଛାତ୍ରୀଛାତ୍ର ପାସ୍‌ କରିଥିବା ନେଇ ବୁଧବାର ଅପରାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ତେବେ ରାଜ୍ୟରେ ପ୍ରାୟ ୩ ଲକ୍ଷ ଛାତ୍ରୀଛାତ୍ର ଯୁକ୍ତ ୨ ପରୀକ୍ଷା ଦେଇଥିବା ବେଳେ ମୋଟ ୯୭,୩୭୭ଜଣ ପିଲା ବିଜ୍ଞାନ ପରୀକ୍ଷା ଦେଇଥିଲେ। ସେଥିରୁ ୬୮,୩୭୪ଜଣ କୃତକାର୍ଯ୍ୟ ହୋଇଛନ୍ତି। ଚଳିତ ବର୍ଷ ଛାତ୍ରଙ୍କ ପାସ୍‌ ହାର ୩୯% ଥିବା ବେଳେ ଛାତ୍ରୀଙ୍କ ପାସ୍‌ ହାର ୩୧% ରହିଛି। ୩୮,୩୦୧ଜଣ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ସେହିଭଳି ୩୦,୦୭୩ଜଣ ଛାତ୍ରୀ ପାସ୍‌ ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୨୫,୩୩୯ଜଣ, ୨ୟରେ ୨୪,୧୨୧, ୩ୟରେ ୧୮,୨୬୮ ଅଛନ୍ତି। ୧୩୭ଜଣ ଛାତ୍ରୀଛାତ୍ର ୯୦% ଅଧିକ ନମ୍ବର ରଖି ପାସ୍‌ କରିଛନ୍ତି । ନୟାଗଡ଼ ଜିଲାରେ ପାସ୍‌ ହାର ସର୍ବାଧିକ ୮୬.୫୧% ରହିଛି। ଝାରସୁଗୁଡ଼ା ଜିଲାରେ ପାସ୍‌ ହାର ସର୍ବନିମ୍ନ ୪୦.୭୧% ରାହିଛି। ଏହାଛଡ଼ା ୨୦ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଶତପ୍ରତିଶତ ପିଲା ପାସ୍‌ କରିଥିବା ବେଳେ ୧୫ଟି ସ୍କୁଲରେ ଜଣେ ହେଲେ ବି ପିଲା ପାସ୍‌ କରିନାହାନ୍ତି। ଶୂନ ରେଜଲ୍ଟ କରିଥିବା ସ୍କୁଲକୁ ବିଭାଗ ଅନୁଧ୍ୟାନ କରିବ ବୋଲି ମନ୍ତ୍ରୀ କହିଛନ୍ତି।

ପ୍ରକାଶ ଯେ, ଛାତ୍ରୀଛାତ୍ରମାନେ ନିଜର ମାର୍କକୁ www.orrisaresults.nic.in ଓ୍ବେବ୍‌ସାଇଟ୍‌ରୁ ପାଇପାରିବେ। ଚଳିତ ମାସ ତୃତୀୟ ସପ୍ତାହରେ ବାଣିଜ୍ୟ ଏବଂ ଶେଷ ସପ୍ତାହରେ କଳା ପରୀକ୍ଷାଫଳ ପ୍ରକାଶ ପାଇବ।

 


Enter your email to get our daily news in your inbox.

All Right Reserved By Dharitri.Com

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri