୧୨ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର, ୧୦।୮: ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ। ମଧ୍ୟାହ୍ନ ସାଢ଼େ ୧୨ଟାରେ ସିଏଚ୍‌ଏସ୍‌ଇ ଅଫିସରେ ପ୍ରକାଶ ପାଇବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ସେହିପରି ତୃତୀୟ ସପ୍ତାହରେ ଯୁକ୍ତ ୨ ବାଣିଜ୍ୟ ଓ ଅଗଷ୍ଟ ଶେଷ ସପ୍ତାହରେ ଯୁକ୍ତ ୨ କଳା ପରୀକ୍ଷାଫଳ ପ୍ରକାଶ ପାଇବ।