ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳାଫଳ: ଟେଟ୍ରାହେଡ୍ରନ୍‌ର ଶତପ୍ରତିଶତ ସଫଳତା

ଭୁବନେଶ୍ୱର/ମଙ୍ଗୁଳି,୨୬।୫ (ମାନସ ସାମଲ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକର ଟାଙ୍ଗୀସ୍ଥିତ ଟେଟ୍ରାହେଡ୍ରନ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସ (ଟେଟ୍ରାହେଡ୍ରନ୍‌ ହାୟର ସେକେଣ୍ଡାରୀ ସ୍କୁଲ ଏବଂ ଟେଟ୍ରାହେଡ୍ରନ୍‌ ଓମେନ୍ସ ହାୟର ସେକେଣ୍ଡାରୀ ସ୍କୁଲ)ର ଉଲ୍ଲେଖନୀୟ ସଫଳତା ସହ ଯୁକ୍ତ୨ ବିଜ୍ଞାନ ଫଳାଫଳରେ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରମାନେ ନୂଆ ମାଇଲଖୁଣ୍ଟ ହାସଲ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା ସିଏଚଏସଇ ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ, କଳା, ବାଣିଜ୍ୟ ବିଭାଗର ପରୀକ୍ଷା ଫଳାଫଳ ରବିବାର ଅପରାହ୍ନରେ ପ୍ରକାଶ ପାଇଛି। ଏହି ପରୀକ୍ଷା ଫଳାଫଳରେ ଟେଟ୍ରାହେଡ୍ରନ ଯୁକ୍ତ୨ ବିଜ୍ଞାନ କଲେଜର ଛାତ୍ରୀଛାତ୍ରମାନେ ଶତପ୍ରତିଶତ ସଫଳତା ଲାଭ କରିଛନ୍ତି। ଅପରପକ୍ଷରେ ଶିକ୍ଷାନୁଷ୍ଠାନର ମୋଟ ୨୨ ଜଣ ବିଦ୍ୟାର୍ଥୀ ୯୦%ରୁ ଅଧିକ ନମ୍ବର ରଖି ଶିକ୍ଷାନୁଷ୍ଠାନର ଗୌରବ ବୃଦ୍ଧି କରିଛନ୍ତି।

ସେହିଭଳି ଟେଟ୍ରାହେଡ୍ରନ୍‌ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ର ସତ୍ୟଜିତ୍‌ ସ୍ବାଇଁ ମୋଟ ୫୫୬ ନମ୍ବର ରଖି ଶିକ୍ଷାନୁଷ୍ଠାନର ବାଳକ ବିଭାଗରେ ଟପ୍ପର ହୋଇଥିବାବେଳେ ଟେଟ୍ରାହେଡ୍ରନ୍‌ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ମନୀଷା ପଣ୍ଡା ୫୫୫ ନମ୍ବର ରଖି ଶିକ୍ଷାନୁଷ୍ଠାନର ବାଳିକା ବିଭାଗରେ ଟପ୍ପର ହୋଇଛନ୍ତି। ଏପରିକି ଭବିଷ୍ୟତରେ ଉଭୟ ଡାକ୍ତର ହେବାର ଇଚ୍ଛା ବ୍ୟକ୍ତ କରିଛନ୍ତି। କଲେଜ ପରିସରରେ ଏକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଅନୁଷ୍ଠାନର ପ୍ରତିଷ୍ଠାତା ଅଧ୍ୟକ୍ଷ ତ୍ରିଦେବ୍‌ ବେହେରାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ କୃତୀ ବିଦ୍ୟାର୍ଥୀମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri