ଯୁକ୍ତ ୩ ନାମଲେଖା ୧୮ ଯାଏ ବଢ଼ିଲା: ୨୩ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର,୧୭।୯ (ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧି ଦୁଇଦିନ ବୃଦ୍ଧି କରାଯାଇଛି। ଗତ ୧୩ ତାରିଖରୁ ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବାନେଇ ପୂର୍ବରୁ ଘୋଷଣା ହୋଇଥିଲା। ମାତ୍ର ଏହି ସମୟ ଭିତରେ ଲଘୁଚାପଜନିତ ଲଗାଣ ବର୍ଷା ହେବାରୁ ନାମଲେଖା ବାଧାପ୍ରାପ୍ତ ହୋଇଥିଲା। ତେଣୁ ନାମଲେଖା ଅବଧିକୁ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଦ୍ବିତୀୟ ମେଧା ତାଲିକା ୨୧ ବଦଳରେ ୨୩ ତାରିଖରେ ପ୍ରକାଶ ପାଇବ ଓ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ୨୨ ତାରିଖ ପରିବର୍ତ୍ତେ ଆସନ୍ତା ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବିଭାଗ କହିଛି। କୋଭିଡ୍‌ କଟକଣା ମଧ୍ୟରେ ଆଡମିଶନ କରାଯିବ। ଛାତ୍ରଛାତ୍ରୀ ମାସ୍କ, ସାନିଟାଇଜର ଏବଂ ସାମାଜିକ ଦୂରତା ରକ୍ଷା କରିବେ। ଚଳିତବର୍ଷ ନାମଲେଖା ପାଇଁ ୨ ଲକ୍ଷ ୪୪ ହଜାର ୨୫୨ଜଣ ଛାତ୍ରୀଛାତ୍ର ଆବେଦନ କରିଥିଲେ। ଏମାନଙ୍କ ମଧ୍ୟରୁ ୧ ଲକ୍ଷ ୬୮ ହଜାର ୫୩୭ଜଣ ଛାତ୍ରୀଛାତ୍ର ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ କଳାରେ ୧ ଲକ୍ଷ ୨ ହଜାର ୨୯୨ ଜଣ, ଫିଜିକାଲ ସାଇନ୍ସରେ ୨୫ ହଜାର ୩୫୦ ଜଣ, ବାୟୋଲୋଜିକାଲ ସାଇନ୍ସରେ ୧୮ ହଜାର ୩୩୮ ଏବଂ ବାଣିଜ୍ୟରେ ୧୭ ହଜାର ୬୩୪ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri