Posted inରାଜ୍ୟ

ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ତାରିଖ ପରିବର୍ତ୍ତନ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ହୋଇଛି। ଏହା ସେପ୍ଟେମ୍ବର ୧୩ରୁ ଆରମ୍ଭ ୧୬ ପର୍ଯ୍ୟନ୍ତ ଚାଲିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୧୧ରୁ ୧୫ ଯାଏଁ ନିର୍ଦ୍ଧାରିତ ହୋଇଥିଲା। ଯୁକ୍ତ ୩ ପ୍ରଥମ ସିଲେକ୍ସନର ଆଡମିଶନ ତାରିଖ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଆସୁଥିବା ସମସ୍ତ ୟୁଜି ଆଡମିଶନରେ ପରିବର୍ତ୍ତନ କରାଯାଇଛି। ଏ ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ବିଜ୍ଞପ୍ତି ଜାରି କରିଛି। ରାଜ୍ୟରେ ମୋଟ ୧୦୨୨ ଡିଗ୍ରୀ କଲେଜ ରହିଥିବା ବେଳେ ଚଳିତବର୍ଷ ଶୁକ୍ରବାର ସୁଦ୍ଧା ୨ ଲକ୍ଷ ୪୫ ହଜାର ୯୬୮ ଜଣ ଛାତ୍ରୀଛାତ୍ର ନାମ ପଞ୍ଜୀକରଣ କରିଛନ୍ତି। ପୂର୍ବରୁ ସେପ୍ଟେମ୍ବର ୯ ତାରିଖ ପୂର୍ବାହ୍ନ ୧୧ ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ କରାଯିବା ସହ ସେପ୍ଟେମ୍ବର ୧୧ରୁ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା କରିବାକୁ ନିଷ୍ପତ୍ତି ହୋଇଥିଲା। ସେହିପରି ସେପ୍ଟେମ୍ବର ୨୧ରେ ୨ୟ ପର୍ଯ୍ୟାୟ ମେଧାତାଲିକା ଏବଂ ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ୨ୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri