ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ଫଳ ପ୍ରକାଶିତ

ବ୍ରହ୍ମପୁର ଅଫିସ,୩୦ା୮- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ୬ଷ୍ଠ ସେମିଷ୍ଟର ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। କୁଳପତି ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣି ଫଳ ଘୋଷଣା କରିଛନ୍ତି ା ଚଳିତ ବର୍ଷ ପାସ୍‌ ହାର ୯୧.୭୩ ପ୍ରତିଶତ ଥିବା ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ମିଳିଛି। କଳା, ବାଣିଜ୍ୟ, ବିଜ୍ଞାନରେ ମୋଟ ୨୦୭୦୪ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେଥିମଧ୍ୟରୁ ୧୮୯୯୧ ପାସ୍‌ କରିଛନ୍ତି। ସେଥିରୁ କଳାରେ ୧୪୦୭୪ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୧୩୨୦୭ ଜଣ ପାସ୍‌ କରିଛନ୍ତି। ସେହିପରି ବିଜ୍ଞାନରେ ୫୫୪୧ପରୀକ୍ଷା ଦେଇଥିବା ବେଳେ ୪୮୦୨ ପାସ୍‌ କରିଛନ୍ତି। ବାଣିଜ୍ୟରେ ୧୦୮୯ ପରୀକ୍ଷା ଦେଇଥିବା ବେଳେ ସେଥିରୁ ୯୮୨ ପାସ କରିଥିବା ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଫଳ ଘୋଷଣା ବେଳେ ଅନ୍ୟମାନଙ୍କ ମଧ୍ୟରେ କୁଳସଚିବ ରଞ୍ଜନ କୁମାର ବିଶ୍ୱାଳ, ପରୀକ୍ଷା ନିୟନ୍ତ୍ରକ ଡ. ସୁରେନ୍ଦ୍ର ସେଠୀ, ସହକାରୀ ନିୟନ୍ତ୍ରକ ଡ. ଆର୍‌ଏନ୍‌ ପାତ୍ରଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ…

ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ…

ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲିଛି ତନାଘନା

ଭଞ୍ଜନଗର,୨୬/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri