Odisha Elections 2024

ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ୪ରୁ ଆବେଦନ

ଭୁବନେଶ୍ୱର,୩।୯(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ପୁଣିଥରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ୪ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏହା ୧୩ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ୧୪ ତାରିଖ ସକାଳ ୧୧ଟାରୁ ୧୫ତାରିଖ ରାତି ୧୧ଟା ୪୫ ଭିତରେ ଛାତ୍ରୀଛାତ୍ର ଆବେଦନ ଫର୍ମରେ କିଛି ପରିବର୍ତ୍ତନ ବା ଏଡିଟ୍‌ କରିବାକୁ ଚାହୁଁଥିଲେ କରିପାରିବେ। ୨୨ତାରିଖ ଅପରାହ୍ନ ୧୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ୨୩ ତାରିଖ ସକାଳ ୯ଟାରୁ ୨୬ତାରିଖ ଅପରାହ୍ନ ୫ଟା ଭିତରେ(ଛୁଟିଦିନ ବ୍ୟତୀତ) ନାମ ଲେଖାଇବେ। ବଳକା ସିଟ୍‌ରେ ନାମଲେଖା ପାଇଁ ଅକ୍ଟୋବର ୩ ଅପରାହ୍ନ ୨ଟାରେ ପୁନର୍ବାର ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୬ତାରିଖ ଦିନ ନାମଲେଖାଇବେ। ଏପଟେ ଅଗଷ୍ଟ ୨୧ରୁ ଯୁକ୍ତ୩ ପ୍ରଥମବର୍ଷ ପାଠପଢ଼ା ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ପର୍ଯ୍ୟାୟ ନାମଲେଖାରେ ସିଟ୍‌ ପୂରଣ ନ ହେବାରୁ ଉଚ୍ଚଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ନିଷ୍ପତ୍ତି ନେଇଥିଲା। ଏ ନେଇ ଶନିବାର ବିଭାଗ ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ ପିଜି କାଉନ୍‌ସିଲ ଚେୟାରମ୍ୟାନ, ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟର
ମୋଟ ୧,୦୪୦ ଡିଗ୍ରୀ କଲେଜରେ ୨,୭୦,୧୬୩ ସିଟ୍‌ ରହିଛି। ସେଥିମଧ୍ୟରୁ ୧,୫୯,୦୫୫ଜଣ ନାମ ଲେଖାଇଥିବାବେଳେ ୧,୧୧,୧୦୮ ସିଟ୍‌ ଖାଲି ପଡ଼ିଛି। ଏଥିମଧ୍ୟରୁ କଳାରେ ୪୮,୪୫୪, ପଦାର୍ଥ ବିଜ୍ଞାନରେ ୨୬,୫୦୦, ଜୈବ ବିଜ୍ଞାନରେ ୧୨,୩୪୨, ବାଣିଜ୍ୟରେ ୧୭,୦୬୯, ସେଲ୍‌ଫ ଫାଇନାନ୍ସିଂରେ ୯୮୭ ଏବଂ ସଂସ୍କୃତରେ ୫,୭୫୬ଟି ସିଟ୍‌ ଖାଲି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ...

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ...

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି।...

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର...

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ...

ସୁଭଦ୍ରା ଯୋଜନାରେ ମୋଦି ମହିଳାଙ୍କୁ ୫୦ ହଜାର ଟଙ୍କା ଦେବେ: ଅପରାଜିତା

ଭୁବନେଶ୍ୱର,୧୭।୫: ଲୋକଙ୍କୁ ମାତ୍ର ୫୪ ପଇସା ଦେଇ ଭୋଟ୍‌ କିଣିବାକୁ ବସିଛି ବିଜେଡି। ସାଲିଆସାହି ସମାବେଶରେ ଏଭଳି ଅଭିଯୋଗ ଆଣିଛନ୍ତି ଅପରାଜିତା ଷଡ଼ଙ୍ଗୀ। ଅପରାଜିତା କହିଛନ୍ତି,...

‘ମୋଦି ଦେଲେ ଚାଉଳ, ନବୀନ ଦେଲେ ଅଖା’

ଭୁବନେଶ୍ୱର,୧୭।୫: ଓଡ଼ିଶାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଘନ ଘନ ପ୍ରଚାର। ଶୁକ୍ରବାର ହିମନ୍ତ କବି ସୂର୍ଯ୍ୟନଗରରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ...

ଭୋଟର ତାଲିକାରେ ନାହିଁ ନାଁ, କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ

ଭୁବନେଶ୍ୱର,୧୭।୫: ଭୋଟର ତାଲିକାରେ ତାଙ୍କ ନାମ ନ ଥିବାରୁ କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀ ଜ୍ୟୋତି ରଂଜନ ମଲ୍ଲିକଙ୍କ ନାମାଙ୍କନ ଖାରଜ କରାଯାଇଛି। ଦୁଇ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri