ଭୁବନେଶ୍ୱର,୩।୯(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ପୁଣିଥରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ୪ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏହା ୧୩ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ୧୪ ତାରିଖ ସକାଳ ୧୧ଟାରୁ ୧୫ତାରିଖ ରାତି ୧୧ଟା ୪୫ ଭିତରେ ଛାତ୍ରୀଛାତ୍ର ଆବେଦନ ଫର୍ମରେ କିଛି ପରିବର୍ତ୍ତନ ବା ଏଡିଟ୍ କରିବାକୁ ଚାହୁଁଥିଲେ କରିପାରିବେ। ୨୨ତାରିଖ ଅପରାହ୍ନ ୧୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ୨୩ ତାରିଖ ସକାଳ ୯ଟାରୁ ୨୬ତାରିଖ ଅପରାହ୍ନ ୫ଟା ଭିତରେ(ଛୁଟିଦିନ ବ୍ୟତୀତ) ନାମ ଲେଖାଇବେ। ବଳକା ସିଟ୍ରେ ନାମଲେଖା ପାଇଁ ଅକ୍ଟୋବର ୩ ଅପରାହ୍ନ ୨ଟାରେ ପୁନର୍ବାର ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୬ତାରିଖ ଦିନ ନାମଲେଖାଇବେ। ଏପଟେ ଅଗଷ୍ଟ ୨୧ରୁ ଯୁକ୍ତ୩ ପ୍ରଥମବର୍ଷ ପାଠପଢ଼ା ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ପର୍ଯ୍ୟାୟ ନାମଲେଖାରେ ସିଟ୍ ପୂରଣ ନ ହେବାରୁ ଉଚ୍ଚଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ନିଷ୍ପତ୍ତି ନେଇଥିଲା। ଏ ନେଇ ଶନିବାର ବିଭାଗ ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ ପିଜି କାଉନ୍ସିଲ ଚେୟାରମ୍ୟାନ, ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟର
ମୋଟ ୧,୦୪୦ ଡିଗ୍ରୀ କଲେଜରେ ୨,୭୦,୧୬୩ ସିଟ୍ ରହିଛି। ସେଥିମଧ୍ୟରୁ ୧,୫୯,୦୫୫ଜଣ ନାମ ଲେଖାଇଥିବାବେଳେ ୧,୧୧,୧୦୮ ସିଟ୍ ଖାଲି ପଡ଼ିଛି। ଏଥିମଧ୍ୟରୁ କଳାରେ ୪୮,୪୫୪, ପଦାର୍ଥ ବିଜ୍ଞାନରେ ୨୬,୫୦୦, ଜୈବ ବିଜ୍ଞାନରେ ୧୨,୩୪୨, ବାଣିଜ୍ୟରେ ୧୭,୦୬୯, ସେଲ୍ଫ ଫାଇନାନ୍ସିଂରେ ୯୮୭ ଏବଂ ସଂସ୍କୃତରେ ୫,୭୫୬ଟି ସିଟ୍ ଖାଲି ପଡ଼ିଛି।
ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!
ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…
କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…
ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ
ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…
ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…
ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…
ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…
ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…
ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…
୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା
ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

