ବଢିଲା ଯୁକ୍ତ ଦୁଇ ସିଟ୍‌: ୧୨ରୁ ନାମଲେଖା ଆରମ୍ଭ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ଆସନ୍ତା ଅଗଷ୍ଟ ୧୨ ତାରିଖରୁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଆସନ୍ତା ୧୨ ତାରିଖରୁ ସାମ୍ସ ପୋର୍ଟାଲ ଖୋଲିବ ଓ ଆଡମିଶନ ପ୍ରକ୍ରିୟା ଆରମ୍ଭ ହେବ। ଏଥର ଆଡମିଶନ ଫି’ ଏବଂ ସେଲ୍ଫ ଫାଇନାନ୍ସ କୋର୍ସ ଫି’  ବୃଦ୍ଧି କରାଯାଇନାହିଁ। ଏହା ସହିତ ଏଥର ଯୁକ୍ତ ଦୁଇରେ ସିଟ ସଂଖ୍ୟା ବଢା ଯାଇଛି। ବିଜ୍ଞାନରେ ୨୫ ହଜାର ସିଟ ବଢାଇବାକୁ ଆବେଦନ କରାଯାଇଥିବାବେଳେ ୧୩ ହଜାର ସିଟ ବଢାଇବାକୁ ଅନୁମତି ମିଳିଛି। ସେହିପରି ବାଣିଜ୍ୟରେ ୪ ହଜାର ସିଟ ବୃଦ୍ଧି କରିବାକୁ ଆବେଦନ ହୋଇଥିବା ବେଳେ ୩୯୦୦ଟି ବଢାଇବାକୁ ଅନୁମତି ଦିଆଯାଇଛି। କଳାରେ ୪୦ ହଜାର ସିଟ ବୃଦ୍ଧି ପାଇଁ ଆବେଦନ ହୋଇଥିଲା। କିନ୍ତୁ ୩୮ ହଜାର ସିଟ ବଢାଇବାକୁ ଅନୁମତି ମିଳିଥିବା ମନ୍ତ୍ରୀ କହିଛନ୍ତି। ଏଥର ମାଟ୍ରିକ ପରୀକ୍ଷାରେ ଅଧିକ ସଂଖ୍ୟାରେ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଥିବାରୁ ସିଟ୍‌ ସଂଖ୍ୟ ବୃଦ୍ଧି କରାଯିବା ନେଇ ଦାବି ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ଏହି ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri