ବଢିଲା ଯୁକ୍ତ ଦୁଇ ସିଟ୍‌: ୧୨ରୁ ନାମଲେଖା ଆରମ୍ଭ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ଆସନ୍ତା ଅଗଷ୍ଟ ୧୨ ତାରିଖରୁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଆସନ୍ତା ୧୨ ତାରିଖରୁ ସାମ୍ସ ପୋର୍ଟାଲ ଖୋଲିବ ଓ ଆଡମିଶନ ପ୍ରକ୍ରିୟା ଆରମ୍ଭ ହେବ। ଏଥର ଆଡମିଶନ ଫି’ ଏବଂ ସେଲ୍ଫ ଫାଇନାନ୍ସ କୋର୍ସ ଫି’  ବୃଦ୍ଧି କରାଯାଇନାହିଁ। ଏହା ସହିତ ଏଥର ଯୁକ୍ତ ଦୁଇରେ ସିଟ ସଂଖ୍ୟା ବଢା ଯାଇଛି। ବିଜ୍ଞାନରେ ୨୫ ହଜାର ସିଟ ବଢାଇବାକୁ ଆବେଦନ କରାଯାଇଥିବାବେଳେ ୧୩ ହଜାର ସିଟ ବଢାଇବାକୁ ଅନୁମତି ମିଳିଛି। ସେହିପରି ବାଣିଜ୍ୟରେ ୪ ହଜାର ସିଟ ବୃଦ୍ଧି କରିବାକୁ ଆବେଦନ ହୋଇଥିବା ବେଳେ ୩୯୦୦ଟି ବଢାଇବାକୁ ଅନୁମତି ଦିଆଯାଇଛି। କଳାରେ ୪୦ ହଜାର ସିଟ ବୃଦ୍ଧି ପାଇଁ ଆବେଦନ ହୋଇଥିଲା। କିନ୍ତୁ ୩୮ ହଜାର ସିଟ ବଢାଇବାକୁ ଅନୁମତି ମିଳିଥିବା ମନ୍ତ୍ରୀ କହିଛନ୍ତି। ଏଥର ମାଟ୍ରିକ ପରୀକ୍ଷାରେ ଅଧିକ ସଂଖ୍ୟାରେ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଥିବାରୁ ସିଟ୍‌ ସଂଖ୍ୟ ବୃଦ୍ଧି କରାଯିବା ନେଇ ଦାବି ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ଏହି ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri