ଫେବୃୟାରୀ ୧୪ରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୧୭।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର ଏକାଡେମିକ କ୍ୟାଲେଣ୍ଡର ପ୍ରକାଶ ପାଇଛି। ସିଏଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ଦ୍ୱିତୀୟ ବର୍ଷ ବା ଦ୍ବାଦଶ ଶ୍ରେଣୀ ବାର୍ଷିକ ଥିଓରୀ ପରୀକ୍ଷା ଆସନ୍ତା ଫେବୃୟାରୀ ୧୪ରୁ ଆରମ୍ଭ ହେବ। ଏହା ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଜାରି ରହିବ। ଏପ୍ରିଲ ଶେଷ ସପ୍ତାହ କିମ୍ବା ମେ’ ପ୍ରଥମ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଆସନ୍ତା ଜାନୁୟାରୀ ପ୍ରଥମ ସପ୍ତାହରୁ ପ୍ରାକ୍ଟିକାଲ ପରୀକ୍ଷା କରାଯିବ। ଥିଓରୀ ପରୀକ୍ଷାର ଗୋଟିଏ ମାସ ପୂର୍ବରୁ ୨୦୨୪ ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ ପାଇବ। ସରକାରୀ ନିର୍ଦ୍ଦେଶନାମା ମୁତାବକ ପ୍ରଥମବର୍ଷ ପାଠପଢ଼ା ଆରମ୍ଭ ହୋଇଥିବାବେଳେ ଏକାଡେମିକ କ୍ୟାଲେଣ୍ଡର ଅନୁସାରେ ପରୀକ୍ଷା ଲାଗି ଆସନ୍ତା ଜାନୁୟାରୀ ୧୫ରୁ ୩୦ ତାରିଖ ଯାଏ ପଞ୍ଜୀକରଣ ନମ୍ବର ପାଇଁ ଡକ୍ୟୁମେଣ୍ଟ ଯାଞ୍ଚ ହେବ। ଦ୍ୱିତୀୟ ବର୍ଷ ରେଗୁଲାର ଛାତ୍ରୀଛାତ୍ରଙ୍କ ଅନଲାଇନ୍‌ ଫର୍ମ ପୂରଣ ଆସନ୍ତା ନଭେମ୍ବର ୧୦ରୁ ଆରମ୍ଭ ହୋଇ ୨୫ରେ ଶେଷ ହେବ। ଏକ୍ସ-ରେଗୁଲାର ପିଲା ଆସନ୍ତା ସେପ୍ଟେମ୍ବର ୧୫ରୁ ୩୦ ମଧ୍ୟରେ ଅନଲାଇନ୍‌ ଫର୍ମ ପୂରଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri