ଏଣିକି ନୂଆ ପଦ୍ଧତିରେ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୪।୧୦(ବ୍ୟୁରୋ): କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଯୁକ୍ତ୨ ପରୀକ୍ଷାକୁ ନୂଆ ପଦ୍ଧତିରେ କରିବାକୁ ନିଷ୍ପତ୍ତି ନେଇଛି। ଦୁଇବର୍ଷ ମଧ୍ୟରେ ୬ଟି ଇଣ୍ଟରନାଲ ଓ ୨ଟି ଆନୁଆଲ ପରୀକ୍ଷା ହେବ। ତିନି ମାସକୁ ଥରେ ହେବାକୁ ଥିବା ୨୦ ମାର୍କ ବିଶିଷ୍ଟ ଇଣ୍ଟରନାଲ୍‌ ପରୀକ୍ଷାଗୁଡ଼ିକରେ ପ୍ରଶ୍ନ କିପରି ଆସିବ ତାହା ବି ସ୍ପଷ୍ଟ କରାଯାଇଛି। ୬ଟି ୧ ମାର୍କ ବିଶିଷ୍ଟ ଅତି ସଂକ୍ଷିପ୍ତ ପ୍ରଶ୍ନ ଆସିବ। ସେହିପରି ୨ ମାର୍କ ବିଶିଷ୍ଟ ସଂକ୍ଷିପ୍ତ ପ୍ରଶ୍ନ ୪ଟି ରହିବ, ଯେଉଁଥିରୁ ପରୀକ୍ଷାର୍ଥୀ ତିନୋଟିର ଉତ୍ତର ଦେବେ। ୪ ମାର୍କ ବିଶିଷ୍ଟ ୩ଟି ପ୍ରଶ୍ନରୁ ପରୀକ୍ଷାର୍ଥୀ ୨ଟିର ଉତ୍ତର ଦେବେ। ମୋଟ୍‌ ୪୫ ମିନିଟ୍‌ରେ ଏହି ପରୀକ୍ଷା ହେବ। ତେବେ ପ୍ରଶ୍ନ ପଢ଼ି ବୁଝିବା ପାଇଁ ଅତିରିକ୍ତ ୫ ମିନିଟ୍‌ ସମୟ ଦିଆଯିବ। ଏହି ପଦ୍ଧତିରେ ପରୀକ୍ଷା କରାଇବାକୁ କଲେଜଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପକ୍ଷରେ ଯୁକ୍ତ୨ ପ୍ରଥମ ବର୍ଷ ପରୀକ୍ଷା କଲେଜ ସ୍ତରରେ ହେବ। ସିଏଚ୍‌ଏସ୍‌ଇ କେବଳ ଯୁକ୍ତ୨ ବୋର୍ଡ ପରୀକ୍ଷା ପରିଚାଳନା କରିବ। କଲେଜ ସ୍ତରରେ ଯେଉଁ ପରୀକ୍ଷା ହେବ ତା’ର ଫଳକୁ ଅନ୍‌ଲାଇନ୍‌ ଜରିଆରେ ସିଏଚ୍‌ଏସ୍‌ଇକୁ ପଠାଯିବ। ଭବିଷ୍ୟତରେ ମହାମାରୀ ଯୋଗୁ ପରୀକ୍ଷା ବାତିଲ ହେଲେ ଏସବୁ ପରୀକ୍ଷା ଆଧାରରେ ମାର୍କ ଦିଆଯିବ। ପ୍ରଥମ ବର୍ଷର କୋର୍ସ ଦ୍ୱିତୀୟ ବର୍ଷରେ ଆସିବ ନାହିଁ। ସେହିପରି ଗତବର୍ଷ ଭଳି ଏବର୍ଷ ବି ୩୦ ପ୍ରତିଶତ କମ୍‌ ସିଲାବସ୍‌ରେ ଶିକ୍ଷାଦାନ ହେବ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ସ୍ତ୍ରୀ ଫେରିଆସିବ ବୋଲି ନରବଳି ଦେଇଥିଲେ ଶତ୍ରୁଘ୍ନ: ସନ୍ତୋଷଙ୍କ ଗଣ୍ଡିମୁଣ୍ଡ ଅଲଗା କରିବା ପରେ ଘଟିଲା…

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର):ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ

ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର

ନୂଆପଡ଼ା,୨୧ା୮(ମକାରୁ ବେମାଲ): ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri